Posted inଜାତୀୟ

ଦିଲ୍ଲୀର ୨ କୋଟି ଲୋକଙ୍କ ଦାୟିତ୍ୱ କାହାର? ଆଇନ ବ୍ୟବସ୍ଥାକୁ ନେଇ ପ୍ରଶ୍ନ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ଅଧ୍ୟାଦେଶ ବିରୋଧରେ କେନ୍ଦ୍ର ସରକାର ଏବଂ କେଜ୍‌ରିଓ୍ବାଲ ସରକାରଙ୍କ ମଧ୍ୟରେ ରାଜନୈତିକ ତକ୍ତତା ବନ୍ଦ ହେବାର ନାମ ନେଉନାହିଁ। ଏହି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରାଜ୍ୟପାଳ ଭି.କେ ସାକ୍ସେନାଙ୍କୁ ଚିଠି ଲେଖି ରାଜ୍ୟରେ ଆଇନ ବ୍ୟବସ୍ଥାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ମଙ୍ଗଳବାର କେଜ୍‌ରିଓ୍ବାଲ ଦିଲ୍ଲୀର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟପାଳ ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଉପରେ ପ୍ରଶ୍ନ ଉଠାଇଛନ୍ତି।

କେଜ୍‌ରିଓ୍ବାଲଙ୍କ ଦ୍ୱାରା ରାଜ୍ୟପାଳଙ୍କ ନିକଟକୁ ପଠାଯାଇଥିବା ଚିଠିକୁ ଟୁଇଟ କରି ଲେଖାଯାଇଛି, ଦିଲ୍ଲୀର ପ୍ରତ୍ୟେକ ନାଗରିକ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦିଲ୍ଲୀର ଆଇନ ଶୃଙ୍ଖଳା ପାଇଁ ଏଲଜି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ସିଧାସଳଖ ଦାୟୀ। ନାଗରିକ, ବିଧାୟକ ଏବଂ ଆରଡବ୍ଲୁଏସଙ୍କ ସହଯୋଗରେ ଆଇନ ଶୃଙ୍ଖଳା ଉନ୍ନତ ହେବା ଉଚିତ୍‌। ପୋଲିସ ସ୍ତରୀୟ କମିଟି ପୁଣି ଆରମ୍ଭ ହେବା ଉଚିତ୍‌।

ଏହି ଚିଠିରେ ରାଜ୍ୟପାଳ ତଥା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀର ବିଭିନ୍ନ ସ୍ଥାନରେ ଚାରିଟି ହତ୍ୟାକାଣ୍ଡ ଘଟିଛି। ଏହି ଘଟଣା ଦିଲ୍ଲୀର ଆଇନ ଶୃଙ୍ଖଳା ପରିସ୍ଥିତି ବିଷୟରେ କହିବା ପାଇଁ ଯଥେଷ୍ଟ। କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀର୨ କୋଟି ନାଗରିକଙ୍କ ତରଫରୁ ଦିଆଯାଇଥିବା ସାମ୍ବିଧାନିକ ଦାୟିତ୍ୱ ଅନୁଯାୟୀ ମୁଁ ସେମାନଙ୍କ ଜୀବନ ରକ୍ଷା କରିବାକୁ ନିବେଦନ କରୁଛି। ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ମୁଁ ଯେକୌଣସି ସାହାଯ୍ୟ ଯୋଗାଇବାକୁ ପ୍ରସ୍ତୁତ।

 


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?