Posted inଜାତୀୟ

ଭବିଷ୍ୟବାଣୀ କଲେ କେଜ୍‌ରିଓ୍ବାଲ: ‘ଦିଲ୍ଲୀରେ ଏତିକି ଆସନରେ ଜିତିବ ଆପ୍‌ , ଯଦି…’

ନୂଆଦିଲ୍ଲୀ, ୩।୨: ଦିଲ୍ଲୀରେ ୩ୟ ଥର ପାଇଁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ସରକାର ଗଢ଼ିବା ନେଇ ସେ ଆଶାବାଦୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ପ୍ରଚାରର ଶେଷ ଦିନରେ ସେ ରେଡ୍‌ ଶୋ’ କରିବା ସହ ନିର୍ବାଚନୀ ସଭାରେ ଯୋଗ ଦେବା ଅବସରରେ କହିଛନ୍ତି, ତାଙ୍କ ଆକଳନ ଅନୁଯାୟୀ ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ଆପ୍‌ ୫୫ ଆସନରେ ବିଜୟଲାଭ କରିବ।
ଯଦି ପରିବାରର ମହିଳାମାନେ ସେମାନଙ୍କ ପୁରୁଷଙ୍କୁ ଠିକ୍‌ ଭାବେ ବୁଝାଇପାରିବେ ତାହା ହେଲେ ସଂଖ୍ୟା ୬୦ ଅତିକ୍ରମ କରିପାରେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୫ ନିର୍ବାଚନରେ ଆପ୍‌ ୬୭ ସିଟ୍‌ ପାଇଥିବା ବେଳେ ୨୦୨୦ରେ ୬୨ ଆସନ ଅକ୍ତିଆର କରିଥିଲା।
୨୦୨୫ ନିର୍ବାଚନରେ ଦିଲ୍ଲୀରେ ଆପ୍‌, ଭାଜପା ଓ କଂଗ୍ରେସ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଆପ୍‌ ସରକାର ବିରୋଧୀ ପବନର ସମ୍ମୁଖୀନ ହେଉଥିଲେ ମଧ୍ୟ ୩ୟ ଥର କ୍ଷମତା ହାସଲ କରିବ ବୋଲି ଲକ୍ଷ୍ୟ ରଖିଛି। ଅନ୍ୟପକ୍ଷରେ ଆପ୍‌କୁ ଗାଦିଚ୍ୟୁତ କରିବା ନେଇ ଭାଜପା ଏକପ୍ରକାର ପ୍ରତିଜ୍ଞା କରିଥିବା ଭଳିି ପ୍ରତୀୟମାନ ହେଉଛି।
ସ୍ଥଳେ ଏକଦା ୧୫ ବର୍ଷ ଧରି କ୍ଷମତା ଚାଖିଥିବା କଂଗ୍ରେସ ହରାଇଥିବା ଦିଲ୍ଲୀବାସୀଙ୍କ ବିଶ୍ୱାସ ଫେରିପାଇବା ଲକ୍ଷ୍ୟରେ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି। ଆସନ୍ତା ବୁଧବାର ଦିଲ୍ଲୀରେ ଭୋଟଗ୍ରହଣ ହେବାକୁ ଥିବା ବେଳେ ୮ ତାରିଖ ଗଣତି ହେବ ବୋଲି ଦିନଧାର୍ଯ୍ୟ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri