Posted inଜାତୀୟ

ପୁଣିଥରେ ଏଏପିର ରାଷ୍ଟ୍ରୀୟ ସଂଯୋଜକ ଭାବେ ନିର୍ବାଚିତ ହେଲେ କେଜରିୱାଲ

ନୂଆଦିଲ୍ଲୀ,୧୨ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପୁଣିଥରେ ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଭାବେ ନିର୍ବାଚିତ ହୋଇଛନ୍ତି । ଲଗାତାର ତୃତୀୟ ଥର ଭାବେ ସେ ଏହି ପଦ ସମ୍ଭାଳିବାକୁ ଯାଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରବିବାର ଅନୁଷ୍ଠିତ ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ପରିଷଦ ବୈଠକରେ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ନିର୍ବାଚନ ହୋଇଥିଲା । ଏଥିରେ କେଜରିୱାଲଙ୍କୁ ପୁଣିଥରେ ରାଷ୍ଟ୍ରୀୟ ସଂଯୋଜକ ଭାବେ ବଛାଯାଇଛି । ପ୍ରକୃତରେ ଏହି ବୈଠକ ୨୦୨୦ରେ ଅନୁଷ୍ଠିତ ହେବାର ଥିଲା । କାରଣ ୨୦୨୦ ପର୍ଯ୍ୟନ୍ତ ହିଁ କେଜରିୱାଲ ରାଷ୍ଟ୍ରୀୟ ସଂଯୋଜକ ଭାବେ ନିର୍ବାଚିତ ହୋଇଥିଲେ । ହେଲେ କରୋନା ମହାମାରୀ କାରଣରୁ ଏହା ହୋଇ ପାରି ନ ଥିଲା । ଯାହା ଏବେ ହେବାରୁ ପୁଣିଥରେ କେଜରିୱାଲ ତାଙ୍କ ପୁରୁଣା ପୋଜିଶନକୁ ବଜାୟ ରଖିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri