Posted inଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍‌ରିୱାଲ ଏହି ନିଷ୍ପତି ନେଇଥିଲେ। ଏଥିସହିତ ଏଏପି ଆତିଶି ମରଲେନାଙ୍କୁ ନୂତନ ମୁଖ୍ୟମନ୍ତ୍ରୀ କରିବାକୁ ଦିଲ୍ଲୀ ଉପରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନା କରିଛି । ମଙ୍ଗଳବାର ବିଧାୟକ ଦଳ ବୈଠକରେ ଆତିଶିଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତି ହୋଇଥିଲା।

କେଜ୍ରିୱାଲଙ୍କ ଇସ୍ତଫା ପରେ ଆତିଶି କହିଛନ୍ତି, ଭାଜପା ଆମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣିଛି। ଆତିଶି କେଜ୍‌ରିୱାଲଙ୍କ ନିଷ୍ପତ୍ତିକୁ ବିଶ୍ୱ ଗଣତାନ୍ତ୍ରିକ ଇତିହାସର ସବୁଠାରୁ ବଡ ନିଷ୍ପତ୍ତି ବୋଲି ବର୍ଣ୍ଣନା କରିଛନ୍ତି। ଏହାପରେ ସେ ଭାଜପାକୁ ଟାର୍ଗେଟ କରି କହିଛନ୍ତି, ‘ସେମାନେ ସମସ୍ତ ସରକାରୀ ଏଜେନ୍ସି ଅରବିନ୍ଦ ଜୀଙ୍କ ପଛରେ ପକାଇ ଦେଇଛନ୍ତି। ସେ ୬ ମାସ ଜେଲରେ ଥିଲେ। ତେବେ ଅରବିନ୍ଦ ଜିଙ୍କ ସ୍ଥାନରେ ଆଉ କେହି ଥିଲେ, ସେ ଜେଲରୁ ମୁକୁଳିବା ପରେ ତୁରନ୍ତ ଚେୟାରରେ ବସିଥାନ୍ତେ। ଏହି କାରଣରୁ ଦିଲ୍ଲୀର ଲୋକମାନେ ବହୁତ ଦୁଖିତଃ। କିନ୍ତୁ ଏଥର ସେମାନେ କେଜ୍‌ରିୱାଲଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବାକୁ ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri