Posted inଜାତୀୟ

ଅଡୁଆରେ ପଡିଲେ ଅରବିନ୍ଦ କେଜ୍‌ରିୱାଲ, ଏହି ମାମଲାରେ…

ନୂଆଦିଲ୍ଲୀ,୨୧।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ଏକ୍ସାଇଜ ପଲିସି ମାମଲାରେ ଅରବିନ୍ଦ କେଜ୍‌ରିୱାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଲେଫ୍ଟନାଣ୍ଟ ଗଭର୍ନର ଭି.କେ ସାକ୍ସେନା ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)କୁ ଅନୁମୋଦନ ଦେଇଛନ୍ତି।

ଇଡି ଅଭିଯୋଗ କରିଛି ଯେ ଅରବିନ୍ଦ କେଜ୍‌ରିୱାଲ ୧୦୦ କୋଟି ଟଙ୍କା ଲାଞ୍ଚ ନେଇ ଜି ଅନୁଷ୍ଠାନକୁ ଅଯଥା ସୁବିଧା ଦେଇଛନ୍ତି। ଏଥିସହିତ ଆମ ଆଦମୀ ପାର୍ଟି ଏହି ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରିଛି। ସେ କହିଥିଲେ ଯେ ଦୁଇ ବର୍ଷର ତଦନ୍ତରେ ଗୋଟିଏ ପଇସା ମଧ୍ୟ ଉଦ୍ଧାର କରାଯାଇ ନାହିଁ।

ଉପରାଜ୍ୟପାଳ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର ଏକ୍ସାଇଜ ନୀତି ମାମଲାରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟକୁ ଅନୁମୋଦନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ବଜେଟ୍ ଝଟ୍‌କା: ଶେୟାର ବଜାରରେ ଭୟର ବାତାବରଣ, ସେନସେକ୍ସ ୧୫୦୦ ପଏଣ୍ଟ ଖସିଲା

ନୂଆଦିଲ୍ଲୀ,୧।୨: ଭାରତୀୟ ଶେୟାର ବଜାରକୁ ଲାଗିଛି ବଜେଟ୍ ଝଟ୍‌କା। ପ୍ରାରମ୍ଭିକ କାରବାରରେ ବଜାର ଲାଭରେ ଥିଲେ ହେଁ, ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ବଜାର ତଳମୁହଁ ହୋଇଥିଲା। ନିବେଶକମାନେ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

Budget 2026: ଏସବୁ ଚାଷକୁ ପ୍ରୋତ୍ସାହନ ଘୋଷଣା; ଭାରତୀୟ ବ୍ରାଣ୍ଡକୁ ବିଶ୍ୱସ୍ତରୀୟ କରିବା ଯୋଜନା

ନୂଆଦିଲ୍ଲୀ,୧।୨: ବଜେଟ୍ ୨୦୨୬ରେ ଚାଷୀମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଉଚ୍ଚ ମୂଲ୍ୟର କୃଷିଜାତ ଦ୍ରବ୍ୟ ଯଥା କାଜୁ, କୋକୋ ଏବଂ ଚନ୍ଦନ…

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶରେ ହେବ ଆଉ ୩ ନୂଆ AIIMS

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ତାଙ୍କର ଲଗାତର ନବମ ବଜେଟ୍‌ ଉପସ୍ଥାପନ କରୁଛନ୍ତି। ଏହି ବଜେଟ୍‌ରେ ଆତ୍ମନିର୍ଭରଶୀଳ ଭାରତ ପାଇଁ ୨୦୦୦ କୋଟିର ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri