Posted inଜାତୀୟ

ଭାଜପା ପାଇଁ ଏଏପି ଏକମାତ୍ର ଆହ୍ବାନ; ମୋତେ ଅଭିମନ୍ୟୁ ଭାବି ଚକ୍ରବ୍ୟୁହ ରଚନା କରାଯାଉଛି: କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୮।୧୧: ଗୁଜରାଟ ନିର୍ବାଚନରେ ଭାଜପାକୁ ଟକ୍କର ଦେବା ଲାଗି ଅଣ୍ଟା ଭିଡିଛି ଏଏପି। ଏହାକୁ ନେଇ ଉଭୟ ଦଳ ବିରୋଧରେ ବାକ୍‌ବିତଣ୍ଡା ଜାରି ରହିଛି। ଏହି କ୍ରମରେ ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପୁଣି ଥରେ ଭାଜପାକୁ କଟାକ୍ଷ କରିଛନ୍ତି। ଉଭୟ ଗୁଜରାଟ ଏବଂ ଏମ୍‌ସିଡି ନିର୍ବାଚନ ଜିତିବା ଦଳର ପ୍ରାଥମିକତା। ତେବେ ଭାଜପା ଏଏପିକୁ ଅସୁବିଧାରେ ପକାଇବାକୁ ଉଭୟ ନିର୍ବାଚନ ଏକାସାଙ୍ଗରେ କରୁଥିବା ସେ ଅଭିଯୋଗ କରିବା ସହ ଜନସାଧାରଣଙ୍କ ସମ୍ପୂର୍ଣ୍ଣ ସମର୍ଥନ ଦଳକୁ ମିଳୁଛି ବୋଲି କହୁଛନ୍ତି।

ଏକ ସାକ୍ଷାତକାରରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ କେଜ୍ରିଓ୍ବାଲ କହିଛନ୍ତି, ଭାଜପା ଲାଗି ଏଏପି ହେଉଛି ଏକମାତ୍ର ଆହ୍ବାନ। ସେମାନେ ଆମକୁ ଉଭୟ ସ୍ଥାନରେ ବାନ୍ଧିବାକୁ ଚାହୁଁଥିଲେ, ଏଥିଲାଗି ଦୁଇଟି ସ୍ଥାନରେ ଏକାସାଙ୍ଗରେ ନିର୍ବାଚନ ହେଉଛି।ଭାଜପା ମୋତେ ଅଭିମନ୍ୟୁ ଭାବି ଚକ୍ରବ୍ୟୁହ ରଚନା କରିଛି। ହେଲେ ମୋତେ ଚକ୍ରବ୍ୟୁହରୁ ମୁକୁଳିବା ଆସେ। ଆମର ମହତ ଉଦ୍ଦେଶ୍ୟକୁ ନେଇ ଜନସାଧାରଣ ଆମକୁ ସର୍ବଦା ସମର୍ଥନ କରିଆସୁଛନ୍ତି। ଏଥର ମଧ୍ୟ ଉଭୟ ନିର୍ବାଚନ ପାଇଁ ଲୋକମାନେ ଆମ ଏଜେଣ୍ଡାକୁ ପସନ୍ଦ କରୁଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri