Posted inଜାତୀୟ

୨୦୨୫ ସୁଦ୍ଧା ସଫା ହୋଇଯିବ ଯମୁନା: କେଜରିୱାଲ

ନୂଆଦିଲ୍ଲୀ,୧୮ ।୧୧: ଯାହା ମଇଳା ହେବାକୁ ୭୦ ବର୍ଷ ଲାଗିଛି ତାହା ୨ ବର୍ଷରେ ସଫା ହେବନାହିଁ ବୋଲି କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ଯମୁନାର ମଇଳାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି କେଜରିୱାଲ । ତେବେ ୨୦୨୫ ସୁଦ୍ଧା ଯମୁନାକ୍‌ୁ ସଫା କରି ଦିଆଯିବ ବୋଲି କେଜରିୱାଲ କହିଛନ୍ତି । ଯମୁନାକୁ ସଫା କରିବାକୁ ଓଖଲା, ରିଠାଲା ସମେତ କିଛି ସ୍ଥାନରେ ନୂଆ ସିୱର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବା କଥା ସେ କହିଛନ୍ତି । ଦିଲ୍ଲୀ ନିର୍ବାଚନରେ ମୁଁ ଜନତାଙ୍କୁ ପ୍ରତିଶ୍ରୁତି ଦେଇଥିଲି କି ଆଗାମୀ ନିର୍ବାଚନ ମଧ୍ୟରେ ଯମୁନା ସଫା ହୋଇଯିବ । ସେଥିପାଇଁ ଆମେ ଯୁଦ୍ଧକାଳିନ ଭିତ୍ତିରେ କାମ କରୁଛୁ । ଏହା ଉପରେ ଆମର ୬ଟି ଆକ୍ସନ ପଏଣ୍ଟ ରହିଛି । ଆଉ ଏହାକୁ ମୁଁ ବ୍ୟକ୍ତିଗତ ଭାବେ ମନିଟରିଂ କରୁଛି । ଏଥିରେ ସ୍ୱରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ କରାଯାଉଛି, ପୂର୍ବରୁ ଥିବା ପୁରୁଣା ପ୍ଲାଣ୍ଟର କ୍ଷମତା ବୃଦ୍ଧି କରାଯାଉଛି । ପୁରୁଣା ଟ୍ରିଟମେଣ୍ଟ ପ୍ଲାଣ୍ଟର ଟେକନିକରେ ପରିବର୍ତ୍ତନ କରାଯାଉଛି ଇତ୍ୟାଦି । ତେଣୁ ଯୁଦ୍ଧକାଳିନ ଭିତ୍ତିରେ କାମ କରି ୨୦୨୫ ସୁଦ୍ଧା ଯମୁନାକୁ ପରିଷ୍କାର କରିବାକୁ ଲକ୍ଷ୍ୟ ରଖାଯାଇଥିବା ଏକ ଖବରଦାତା ସମ୍ମିଳନିରେ ପ୍ରକାଶ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ସୂଚନାଯୋଗ୍ୟ, ରାଜଧାନୀରେ ବଢି ଚାଲିଥିବା ପ୍ରଦୂଷଣ ଗୋଟିଏ ପଟେ ଲୋକଙ୍କ ଚିନ୍ତାର କାରଣ ପାଲଟିଥିବା ବେଳେ ଏପଟେ ଅପରିଷ୍କାର ଯମୁନା ନଦୀ ବି ଲୋକମାନଙ୍କ ପାଇଁ ରୋଗର କାରଣ ପାଲଟିଛି । ତେଣୁ ଉଭୟକୁ ସରକାର ଗୁରୁତ୍ୱ ଦେବା ଦରକାର ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri