Posted inଜାତୀୟ

ଯେଉଁଠିବି ସରକାର ଗଠନ କରିବ ଏଏପି ଠିକା କର୍ମଚାରୀଙ୍କୁ କରାଯିବ ସ୍ଥାୟୀ

ନୂଆଦିଲ୍ଲୀ,୧୦ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପଞ୍ଜାବର ଆମ ଆଦମୀ ପାର୍ଟି(ଏଏପି) ସରକାରଙ୍କ ପ୍ରଶଂସା କରି କହିଛନ୍ତି, ଯେଉଁଠି ଗୋଟିଏ ପଟେ ସାରା ଦେଶରେ ଅନ୍ୟ ସରକାର ସରକାରୀ ଚାକିରି ଦେଇ ପାରୁ ନାହାନ୍ତି ଫଳରେ ଠିକା କର୍ମଚାରୀଙ୍କୁ ଭର୍ତ୍ତି କରୁଛନ୍ତି ସେଠି ପଞ୍ଜାବର ଏଏପି ସରକାର ଠିକା କର୍ମଚାରୀଙ୍କ ଚାକିରିକୁ ସ୍ଥାୟୀ କରିବା ଆରମ୍ଭ କରିଛି । ଏଏପିର ସଂଯୋଜକ କହିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱତ ମାନ ସେପ୍ଟେମ୍ବର ୫ ଅର୍ଥାତ ଗୁରୁ ଦିବସରେ ଏକ ମହତ୍ୱପୂର୍ଣ୍ଣ ଘୋଷଣା କରିଥିଲେ । ଏହି ଘୋଷଣା କେବଳ ପଞ୍ଜାବ ପାଇଁ ନୁହେଁ ବରଂ ସାରା ଦେଶ ପାଇଁ ଲାଗୁ ହୋଇପାରିବ । ଏହା ସାରା ଦେଶ ଓ ଅର୍ଥବ୍ୟବସ୍ଥା ପାଇଁ ମହତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି । ମାନ ୮୭୩୬ ଠିକା ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଘୋଷଣା କରିଥିଲେ ।
ଦେଶରେ ସବୁବେଳେ ସରକାରୀ ଚାକିରି ଶେଷ କରିବାକୁ କୁହାଯାଉଥିବା ବେଳେ ଭଗୱତ ମାନ ୮୭୩୬ ଠିକା ଶିକ୍ଷକଙ୍କୁ ସ୍ଥାୟୀ କରିବା ଏକ ଉଦାହରଣ । ଏଥିପାଇଁ ଅବଶ୍ୟ ସାମାନ୍ୟ ସମୟ ଲାଗିବ । କାରଣ ତରବରିଆ ଭାବେ କଲେ ମାମଲା କୋର୍ଟକୁ ଚାଲିଯିବ । ଫଳରେ କର୍ମଚାରୀଙ୍କ ସହ ଅନ୍ୟାୟ ହେବ । ତେଣୁ ସମୟ ନେଇ ଏସବୁ କରିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କେଜରିୱାଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?