Posted inଜାତୀୟ

ଆଜି ବି କଶ୍ମୀରରେ ପଣ୍ଡିତ ସୁରକ୍ଷିତ ନାହାନ୍ତି

ନୂଆଦିଲ୍ଲୀ,୧୬।୫: କଶ୍ମୀର ପଣ୍ଡିତଙ୍କ ହତ୍ୟା ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଛି ଦିନ ପୂର୍ବରୁ କଶ୍ମୀରରେ ଜଣେ ସରକାରୀ କର୍ମଚାରୀ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ଭାରତୀୟ ସେନା ମଧ୍ୟ ଏହାର ପ୍ରତିଶୋଧ ୨୪ ଘଣ୍ଟା ଭିତରେ ନେଇଥିଲା। ୨ଆତଙ୍କବାଦୀଙ୍କୁ ଖୋଜି ଏନ୍‌କାଉଣ୍ଟର କରିଥିଲା। କିନ୍ତୁ ଆଜି ବି ସମଗ୍ର ଦେଶ ଚିନ୍ତିତ ଯେ, କଶ୍ମୀରରେ କଶ୍ମୀରୀ ପଣ୍ଡିତମାନେ କାହିଁକି ସୁରକ୍ଷିତ ନାହାନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ଯେ, କଶ୍ମୀରୀ ପଣ୍ଡିତମାନଙ୍କୁ ସୁରକ୍ଷିତ ଭାବେ କଶ୍ମୀରରେ ପୁଣି ଥଇଥାନ କରିବା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉ। ଯେତେ ଖର୍ଚ୍ଚ ହେଲେ ବି ସେମାନଙ୍କ ବ୍ୟବସ୍ଥା କରାଯାଉ ବୋଲି କେଜ୍ରିଓ୍ବାଲ କହିଛନ୍ତି। ଫଳରେ ଆତଙ୍କବାଦୀମାନେ ବୁଝିପାରିବେ ଯେ, ସେମାନେ କଶ୍ମୀରୀ ପଣ୍ଡିତଙ୍କୁ ଭୁଲ ଉଦ୍ଦେଶ୍ୟରେ ଚାହିଁଲେ, ଭାରତ ସେମାନଙ୍କୁ ଛାଡ଼ିବ ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି, ଏହି ହତ୍ୟା ପରେ କଶ୍ମୀରୀ ପଣ୍ଡିତମାନେ କ୍ରୋଧ ପ୍ରକାଶ କରିବାକୁ ବିରୋଧ ପ୍ରଦର୍ଶନ କରିଥିଲେ। କିନ୍ତୁ ସେମାନଙ୍କୁ ଅଟକାଇ ଦିଆଯାଇଥିଲା, ମାଡ଼ ମରାଯିବା ସହ ଘରେ ବନ୍ଦ କରିଦିଆଯାଇଥିଲା। ବର୍ତ୍ତମାନ ସମୟ ରାଜନୀତିର ନୁହେଁ। ସେମାନେ ନିଜକୁ ସୁରକ୍ଷିତ ଅନୁଭବ କରିବାକୁ ଚାହୁଁଛନ୍ତି। ଯଦି ସେମାନେ ସୁରକ୍ଷା ନ ପାଆନ୍ତି, ତେବେ ଅନ୍ୟ ଲୋକମାନେ କିପରି ନିଜ ଘରକୁ ଫେରିବେ ବୋଲି କେଜ୍ରିଓ୍ବାଲ ପ୍ରଶ୍ନ କରିଛନ୍ତି। ତେଣୁ ସେମାନଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ କେଜ୍ରିଓ୍ବାଲ କେନ୍ଦ୍ରକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri