Posted inଜାତୀୟ

ଜେଲରୁ ସରକାର ଚଲାଇବେ ଅରବିନ୍ଦ କେଜ୍ରିୱାଲ; ଜାଣନ୍ତୁ କାହିଁକି ଏପରି କହିଲେ ଦିଲ୍ଲୀ ବିଧାୟକ

ନୂଆଦିଲ୍ଲୀ,୬/୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ନୋଟିସ ପଠାଇବା ପରେ ଆମ୍ ଆଦମୀ ପାର୍ଟି(ଏଏପି) ର ଚିନ୍ତା ବଢିଯାଇଛି। ଏଥିପାଇଁ ଏଏପି ଆଗୁଆ କୋର୍ଟ ଶରଣରେ ଯିବାକୁ ନିଷ୍ପତି ନେଇଛି। ଯଦି ଇଡି ଭବିଷ୍ୟତରେ କେଜ୍ରିୱାଲଙ୍କୁ ଗିରଫ କରେ ତେବେ ସେ କିପରି ଜେଲରୁ ସରକାର ଚଲାଇ ପାରିବେ ସେଥିପାଇଁ ଏଏପି କୋର୍ଟଙ୍କ ଅନୁମତି ମାଗିବାକୁ ଯାଉଛି।

ସୋମବାର ଅରବିନ୍ଦ କେଜ୍ରିୱାଲ ଏଏପି ବିଧାୟକ ମାନଙ୍କ ସହିତ ବୈଠକ କରିଥିଲେ। ଏହି ସମୟରେ ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ସୌରଭ ଭରଦ୍ୱାଜ ଅବକାରୀ ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ଇଡି ସମନର ଜବାବ ଦେଇଥିଲେ। ସେ କହିଥିଲେ କି ଭାଜପାକୁ ସବୁଠୁ ଅଧିକ ସମସ୍ୟା ଏଏପି ସହିତ ରହିଛି। ଭୟରେ ଭାଜପା ଦିଲ୍ଲୀ ବିଧାୟକ, ମନ୍ତ୍ରୀଙ୍କୁ ଗିରଫ କରିଥିବା ବେଳେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିବାକୁ ଯୋଜନା କରୁଛି।

ଏଏପି ବିଧାୟକ ଏହା ମଧ୍ୟ କହିଛନ୍ତି, “ପ୍ରତ୍ୟେକ ବିଧାୟକ ହାତ ଯୋଡ଼ି ଅରବିନ୍ଦ କେଜ୍ରିୱାଲଙ୍କୁ କହିଛନ୍ତି ଯେ ବିଜେପି ଏବଂ ପ୍ରଧାନମନ୍ତ୍ରୀ ଚାହୁଁଛନ୍ତି ଯେ ଆପଣ ଇସ୍ତଫା ଦିଅନ୍ତୁ ଏବଂ ଏଏପି ସରକାର ଭାଙ୍ଗିଯାଉ। ତେବେ କିଛି ବି ହେଇଯାଉ, ଜେଲ ଚାଲିଗଲେ ମଧ୍ୟ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ସରକାର ଚଳାଇବେ କାରଣ ଏହି ଜନାଦେଶ ଅରବିନ୍ଦ କେଜ୍ରିୱାଲଙ୍କର ଅଟେ। ଆମେ ପ୍ରତ୍ୟେକ ଗଳି ଯାଇ ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ଭୋଟ୍ ମାଗିଛୁ। ” ତେଣୁ କରି ଏହି ଜନମତ ସହିତ ଖେଳିବା ଏତେ ସହଜ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri