Posted inଜାତୀୟ

ମୁଖ୍ୟମନ୍ତ୍ରୀ ଆବାସ ଖୁବଶୀଘ୍ର ଛାଡିବେ କେଜ୍‌ରିଓ୍ବାଲ, ଏବେ ନୂଆ ଘର ସନ୍ଧାନରେ, ଜାଣନ୍ତୁ କେଉଁଠି ରହିବେ ପୂର୍ବତନ ସିଏମ

ନୂଆଦିଲ୍ଲୀ,୨୮।୯: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିିୱାଲ ସିଏମ ପଦରୁ ଇସ୍ତଫା ଦେବା ପରେ ଆତିଶୀ ବର୍ତ୍ତମାନ ଜାତୀୟ ରାଜଧାନୀର ନୂତନ ସିଏମ। ତେବେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ପୂର୍ବତନ ସିଏମ ପାଇଁ ଦିଲ୍ଲୀରେ ବାସଭବନ ଖୋଜା ଜୋରଦାର କରାଯାଇଛି। କୁହାଯାଉଛି ଯେ ଏଏପି ମୁଖ୍ୟ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ବାସଭବନ ଖାଲି କରିଦେବେ। ଆମ ଆଦମୀ ପାର୍ଟି କେଜ୍‌ରିଓ୍ବାଲଙ୍କୁ ଏକ ଘର ଆବଣ୍ଟନ କରିବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଥିଲେ, ଏ ପର୍ଯ୍ୟନ୍ତ ପୂର୍ବତନ ସିଏମ ଏ ସମ୍ପର୍କରେ କେନ୍ଦ୍ରରୁ କୌଣସି ଉତ୍ତର ପାଇନାହାଁନ୍ତି।

ବର୍ତ୍ତମାନ ଦିଲ୍ଲୀର ପୂର୍ବତନ ସିଏମ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ସମ୍ବନ୍ଧୀୟ ଖବର ହେଉଛି ଯେ ଅନେକ ଦଳର ବିଧାୟକ, କାଉନସିଲର, ପାର୍ଟି କର୍ମଚାରୀ ଏବଂ ସାଧାରଣ ନାଗରିକମାନେ ସେମାନଙ୍କର ସାମାଜିକ-ଅର୍ଥନୈତିକ, ରାଜନୈତିକ ପୃଷ୍ଠଭୂମି ନିର୍ବିଶେଷରେ ତାଙ୍କୁ ଘର ଯୋଗାଉଛନ୍ତି। ତାଙ୍କ ନିକଟକୁ ଆସିଥିବା ଅଧିକାଂଶ ବିକଳ୍ପ ହେଉଛି ନୂଆଦିଲ୍ଲୀ ଅଞ୍ଚଳ ବାହାରେ।

ଅରବିନ୍ଦ କେଜ୍‌ରିଓ୍ବାଲ ତାଙ୍କ ନିର୍ବାଚନମଣ୍ଡଳୀ ନୂଆଦିଲ୍ଲୀରେ ରହିବାକୁ ପସନ୍ଦ କରୁଛନ୍ତି। ଯାହାଫଳରେ ସେ ନିଜ ନିର୍ବାଚନମଣ୍ଡଳୀ ସହିତ ଜଡିତ ରହିବେ। ବର୍ତ୍ତମାନ ସୁଦ୍ଧା ଏହା ସ୍ଥିର ହୋଇନାହିଁ ଯେ ପୂର୍ବତନ ସିଏମ କେଉଁଠାରେ ରହିବେ, କିନ୍ତୁ ଖୁବ ଶୀଘ୍ର ସେ ଏକ ନୂଆ ଠିକଣା ନିଶ୍ଚିତ କରିବେ ନେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?