Posted inଜାତୀୟ

ଇଡି ଅଧିକାରୀଙ୍କ ଉପରେ ଗୋଇନ୍ଦାଗିରି କରୁଥିଲେ ଅରବିନ୍ଦ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ଆହୁରି ବଢିପାରେ। ସୂତ୍ରରୁ ପ୍ରକାଶ ଯେ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀଙ୍କ ଉପରେ ଗୁଇନ୍ଦାଗିରି କରୁଥିଲେ। ଅନୁସନ୍ଧାନକାରୀ ସଂସ୍ଥା ଏହାର ପ୍ରମାଣ ମଧ୍ୟ ପାଇଛନ୍ତି। ଏହି ଅଧିକାରୀମାନଙ୍କ ବିଷୟରେ ସୂଚନା କ୍ରମାଗତ ଭାବରେ ସଂଗ୍ରହ କରାଯାଉଥିଲା।

ଗୁରୁବାର ଇଡି ଦଳ କେଜ୍‌ରିଓ୍ବାଲଙ୍କ ବାସଭବନରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜାତ୍ ଉଦ୍ଧାର କରିଥିଲେ। ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ କେଜ୍ରିୱାଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।

ସୂଚନାନୁସାରେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଇଡି ଅଧିକାରୀଙ୍କ ଉପରେ ଗୁଇନ୍ଦାଗିରି କରୁଥିଲେ। ଗୁରୁବାର ଚଢ଼ାଉ ସମୟରେ ଇଡି ଡକ୍ୟୁମେଣ୍ଟ ଉଦ୍ଧାର କରିଛି। କୁହାଯାଉଛି ଯେ ଏଡି ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ। ଏଭଳି ପରିସ୍ଥିତିରେ ଆଗାମୀ ଦିନରେ କେଜ୍ରିୱାଲଙ୍କ ସମସ୍ୟା ଆହୁରି ବଢିପାରେ। କେଜ୍‌ରିଓ୍ବାଲଙ୍କ ଉପରେ କଟକଣା ଲଗାଇବାକୁ ଇଡି ଅଧିକାରୀମାନେ ପ୍ରସ୍ତୁତି ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri