Posted inଜାତୀୟ

ବିହାରରେ ନିର୍ବାଚନ ଲଢ଼ିବ ଏଏପି

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆଗାମୀ ବିହାର ବିଧାନସଭା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛି। ଫଳରେ ବିରୋଧୀ ଏକତା ଇଣ୍ଡିଆ ମେଣ୍ଟକୁ ଆଉ ଏକ ବଡ଼ ଧକ୍କା ଲାଗିଛି।

୨୦୨୫ରେ ବିହାର ବିଧାନସଭା ନିର୍ବାଚନ ହେବ। ନୂଆଦିଲ୍ଲୀରେ ଏଏପି ସାଧାରଣ ସମ୍ପାଦକ ସନ୍ଦିପ୍‌ ପାଠକ ବିହାର ଏଏପି ନେତା ଓ କର୍ମୀଙ୍କ ସହ ବୈଠକ କରି ନିର୍ବାଚନ ଲଢ଼ିବା ନେଇ ଯୋଜନା ପ୍ରସ୍ତୁତ କରିଥିଲେ। ବିହାରରେ ଦଳକୁ ଅଧିକ ମଜଭୂତ୍‌ କରିବା ଉପରେ ସନ୍ଦିପ୍‌ ଗୁରୁତ୍ୱ ଦେଇଥିଲେ। ଦିଲ୍ଲୀ ବିଧାୟକ ତଥା ବିହାର ପ୍ରଭାରୀ ଅଜେଶ ଯାଦବ ବୈଠକରେ ଉପସ୍ଥିତ ଥିଲେ। ଏଏପି ଏକ ଜାତୀୟ ଦଳ ଏବଂ ଲୋକ ସଭା ନିର୍ବାଚନ ଲଢ଼ିବ। ତେବେ ମେଣ୍ଟ ନିଷ୍ପତ୍ତି ପରେ ନିଆଯିବ ବୋଲି ଏଏପି ସାଧାରଣ ସମ୍ପାଦକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri