Posted inଜାତୀୟ

ପ୍ରଚାର ମଇଦାନରେ କେଜ୍‌ରିଓ୍ବାଲଙ୍କ ସ୍ତ୍ରୀ, ଝିଅ

ଚଣ୍ଡିଗଡ଼,୧୦।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। ବିଭିନ୍ନ ଦଳ ପ୍ରଚାର ପାଇଁ କୌଣସି ସୁଯୋଗ ହାତଛଡା କରିବାକୁ ଚାହୁଁନାହାନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ତ୍ରୀ ସୁନୀତା ଝିଅ ହର୍ଷିତାଙ୍କ ସହ ନିର୍ବାଚନ ପ୍ରଚାର ପାଇଁ ପଞ୍ଜାବରେ ପହଞ୍ଚିବେ। ଆମ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନଙ୍କ ପାଇଁ ପ୍ରଚାର କରିବେ। ଫେବୃଆରୀ ୧୧ରେ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନ ଧୁରୀରେ ମହିଳାଙ୍କୁ ସମ୍ବୋଧିତ କରିବେ। ଏହି କାର୍ଯ୍ୟକ୍ରମରେ ସୁନୀତା ଏବଂ ତାଙ୍କ ଝିଅ ଯୋଗଦେବେ।
ଆମ ଆଦମୀ ପାର୍ଟିର (ଏଏପି) ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗବନ୍ତ ମାନ ସାଙ୍ଗରୁର ଜିଲାର ଧୁରୀ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ମାନ ଜଣେ ବଡ ହାସ୍ୟ ଅଭିନେତା ଭାବରେ ଜଣାଶୁଣା। ସେ ୨୦୧୧ରେ ରାଜନୀତିରେ ପ୍ରବେଶ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୨ ରେ ପଞ୍ଜାବର ଲେହରା ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ପରେ, ୨୦୧୭ ବିଧାନସଭା ନିର୍ବାଚନରେ ଭଗଓ୍ବନ୍ତଙ୍କୁ ଜଲାଲାବାଦର ଆମ ଆଦମୀ ପାର୍ଟି ଟିକେଟ ଦେଇଥିଲା। ତେବେ ଏଥର ମଧ୍ୟ ଭଗବନ୍ତ ମନ ୧୮,୫୦୦ ଭୋଟରେ ସୁଖବୀର ସିଂ ବାଦଲଙ୍କ ଠାରୁ ନିର୍ବାଚନରେ ହାରିଯାଇଥିଲେ। ଏହି ସମୟରେ, ଲୋକ ସଭା ନିର୍ବାଚନରେ ମାନ ସାଙ୍ଗରୁ ଆସନରୁ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?