ଲେନିନ ମହାନ୍ତିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଅରବିନ୍ଦ ମହାପାତ୍ର: ଭୁଲ ଭୁଲେୟା କାହାଣୀ…

ଭୁବନେଶ୍ୱର,୧୭।୧:ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ କାହିଁକି ନିଲମ୍ବନ କରାଗଲା ତାହାର ସ୍ପଷ୍ଟ ସୂଚନା ମିଳୁ ନ ଥିବାବେଳେ ଏହାର କାରଣ ଜାଣିବା ପାଇଁ ଦଳର ବହୁ ଆଗଧାଡ଼ିର ନେତାଙ୍କ ଘରେ ଭିଡ ଜମିଛି। ଏସବୁ ଭିତରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଅରବିନ୍ଦ। ସେ କହିଛନ୍ତି, ଭୁଲ ଭୁଲେୟା କାହାଣୀ ନ କହି, ଅଭିଯୋଗର ପ୍ରମାଣ ଦିଅନ୍ତୁ।
ଯଦି ଅଭିଯୋଗ ଅଛି ତଥ୍ୟ ସହିତ କୁହନ୍ତୁ। କାହା ସହ କେଉଁଦିନ, କେତେବେଳେ ବସିଥିଲି କହିଲେ ଭଲ ହେବ।
ସଂଗଠିତ କରିବା ଅଭିଯୋଗ ନେଇ ଅରବିନ୍ଦ କହିଛନ୍ତି, ମୁଁ ମାତ୍ର ଦେଢ଼ ବର୍ଷର ବିଧାୟକ। ଅଭିଯୋଗ ଦଳ ଲଗାଇଛି, ଦଳ ପ୍ରମାଣିତ କରିବା ଦରକାର। ସିଙ୍ଗିଲ ୱାର୍ଡ କହି ଖସିଯିବା ଅନୁଚିତ। ମୋ ବାପା ସ୍ବତନ୍ତ୍ର, ତାଙ୍କୁ ଅଯଥାରେ ବିବାଦ ଭିତରକୁ ଟାଣନ୍ତୁ ନାହିଁ। ସନାତନ ମହାକୁଡ଼ ଜଣେ ବରିଷ୍ଠ ନେତା। ବିଧାନସଭାରେ କେବଳ ତାଙ୍କ ମୋର ଦେଖା ହୋଇଛି। ଲବିରେ ମଧ୍ୟ ସନାତନ ମହାକୁଡ଼ଙ୍କ ସହ ମୋ ସାକ୍ଷାତ ହୋଇନି। ଅଲଗା ଦଳ କଥା ଭାବିନି, ୨୦୨୯ ପର୍ଯ୍ୟନ୍ତ ପାଟକୁରା ବିଧାୟକ ରହିବି। ମୋତେ ପାଟକୁରା ବିଧାୟକ ପଦରୁ କେହି ହଟାଇ ପାରିବେନି। ବିକାଶ ପାଇଁ କାର୍ଯ୍ୟ କରିବି।
ସୂଚନାଯୋଗ୍ୟ, ୨ ବିଧାୟକଙ୍କ ନିଲମ୍ବନକୁ ନେଇ ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଥିଲେ, ମିଡ ଡେ’ ଅପରେଶନ ଚାଲିଥିଲା। ଷଡ଼ଯନ୍ତ୍ରରେ ସାମିଲ ଥିଲେ ନିଲମ୍ବିତ ବିଧାୟକ । ଧରାପଡ଼ିଯିବାରୁ ଆକ୍ସନ ନିଆଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…

ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri