ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ ନିଲମ୍ବନ କରିଥିଲେ । ଏହି ନିଲମ୍ବନ ଘଟଣାକୁ ବିଧାୟକ ମହାପାତ୍ରଙ୍କ ସମର୍ଥକମାନେ ମାନିବାକୁ ଏବେବି ପ୍ରସ୍ତୁତ ନାହାନ୍ତି । ଏହାର ପୁର୍ନବିଚାର କରାଯାଇ ତାଙ୍କୁ ଦଳକୁ ଫେରାଇ ଆଣିବା ପାଇଁ ଜିଦ ବଢ଼ିଚାଲିଛି । ଫଳରେ ପାଟକୁରା ବିଜେଡି ଏବେ ଦୁଇଭାଗ ହୋଇଥିବା ପରି ଘଟଣା ଦେଖିବାକୁ ମିଳୁଛି ।

ବିଧାୟକଙ୍କ ସମର୍ଥକମାନେ ପୁଣି ଥରେ ଚଣ୍ଡିଖୋଲ ପାରାଦ୍ୱୀପ ଜାତୀୟ ରାଜପଥର କେନ୍ଦ୍ରପଡା ସହର ନିକଟ ଶାମସୁନ୍ଦରପୁରସ୍ଥିତ ଏକ ହୋଟେଲରେ ବନ୍ଧୁ ମିଳନ ବ୍ୟାନରେ ଏକାଠି ହୋଇଛି । ଏଥିରେ ଦଳୀୟ ସଦସ୍ୟତା ହରାଇଥିବା ଗରଦପୁର ବ୍ଲକ ଅଧ୍ୟକ୍ଷ ଅଭୟ ମହାରାଜଙ୍କ ସମେତ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୫୨ ପଂଚାୟତର ୬୦ରୁ ଉର୍ଦ୍ଧ ଲୋକ ପ୍ରତିନିଧି ଓ ପୂର୍ବତନ ଲୋକ ପ୍ରତିନିଧି ସାମିଲ ହୋଇଥିଲେ । ଏହି ବୈଠକରେ ପାଟକୁରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନର ସୁଦୃଢ଼ତା ପାଇଁ ବିଧାୟକ ମହାପାତ୍ରଙ୍କ ନିଲମ୍ବନ ପ୍ରତ୍ୟାହାର ପାଇଁ ପୁର୍ନବାର ରାଜ୍ୟ ସଭାପତିଙ୍କୁ ସ୍ମାରକ ପତ୍ର ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି । ଏସମ୍ପର୍କରେ ବୈଠକରେ ସାମିଲ ହୋଇଥିବା ପୂର୍ବତନ ବ୍ଲକ ଅଧ୍ୟକ୍ଷ ବାସୁଦେବ ବେହେରା, ଦିଲିପ ସାହୁ, ଦଳୀୟ କର୍ମକର୍ତା ତଥା ଲୋକପ୍ରତିନିଧି ଶୈଳନ୍ଦ୍ର ମହାନ୍ତି, ସରୋଜକାନ୍ତ ନାୟକ, ମହନ୍ଦ୍ର ସିଂହ, ଯୋଗାନନ୍ଦ ମହାନ୍ତି, ମନୋରଞ୍ଜନ ଉପାଧ୍ୟାୟ, ସୁଧାଂଶୁଶେଖର ରାୟ ପ୍ରମୁଖ କହିଛନ୍ତିଯେ, ନିର୍ବାଚନ ସମୟରେ ବିଧାୟକ ମହାପାତ୍ରଙ୍କୁ ଦଳରେ ନିଆଯାଇ ଦଳୀୟ ଟିକେଟ ଦିଆ ଯାଇଥିଲା ।

ବିଧାୟକ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ସହିତ ଆଞ୍ଚଳିକ ଉନ୍ନୟନ କାର୍ଯ୍ୟକୁ ଅତ୍ୟନ୍ତ ନିଷ୍ଠାର ସହ ତୁଲାଇ ଆସୁଛନ୍ତି । ତାଙ୍କର ପ୍ରତିନିଧିତ୍ୱ ନିର୍ବାଚନ ମଣ୍ଡଳୀ ପାଇଁ ଏକ ଆବଶ୍ୟକତା । ଦଳର ଭବିଷ୍ୟତ ପାଇଁ ନିଲମ୍ବନ ଆଦେଶ ପ୍ରତ୍ୟାହାର ପାଇଁ ପୁଣି ଥରେ ରାଜ୍ୟ ସଭାପତି ପଟ୍ଟନାୟକଙ୍କୁ ସ୍ମାରକ ପତ୍ର ଦିଆଯିବ ବୋଲି ସେମାନେ କହିଥିଲେ । ସେହିପରି ବନ୍ଧୁମିଳନର ଆବାହାକ ଗରଦପୁର ବ୍ଲକ ଅଧ୍ୟକ୍ଷ ମହାରାଜ କହିଛନ୍ତିଯେ ବିଧାୟକ ଙ୍କ ସପକ୍ଷରେ ସ୍ୱର ଉଠାଇବାରୁ ଦଳରୁ ନିଲମ୍ବିତ ହୋଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri