ଅରବିନ୍ଦ ମହାପାତ୍ରଙ୍କ ଦୁଇ ବର୍ଷର ସଫଳତା: ୪୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ…

ପାଟକୁରା, ୨୦।୬ (ରବୀନ୍ଦ୍ର ନାଥ ବାରିକ): ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ତାଙ୍କ ତଳକୁସୁମାସ୍ଥିତ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ନିଜର ଦୁଇ ବର୍ଷର କାର୍ଯ୍ୟକାଳର ସଫଳତା ବଖାଣିଛନ୍ତି। ୧୯ ଜୁନ୍ ୨୦୨୪ରେ ବିଧାୟକ ଭାବେ ଶପଥ ଗ୍ରହଣ କରିଥିବା ଅରବିନ୍ଦ ମହାପାତ୍ରଙ୍କର ଦୁଇ ବର୍ଷର କାର୍ଯ୍ୟକାଳ ପୂରଣ ଅବସରରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ବିଧାୟକ  ମହାପାତ୍ର କହିଥିଲେ ଯେ, ଅନେକ ପରିଶ୍ରମ ଓ ତପସ୍ୟା ପରେ ସେ ପାଟକୁରାର ବିଧାୟକ ହେବାର ସୁଯୋଗ ପାଇଛନ୍ତି। ଏଥିପାଇଁ ସେ ପାଟକୁରାବାସୀଙ୍କ ଭଲପାଇବା ଏବଂ ତାଙ୍କ ପିତା ତଥା ବରିଷ୍ଠ ରାଜନେତା ବିଜୟ ମହାପାତ୍ରଙ୍କ ନୀତି ଓ ଆଦର୍ଶକୁ ଶ୍ରେୟ ଦେଇଥିଲେ। ପିତାଙ୍କ ଆଦର୍ଶକୁ ପାଥେୟ କରି ଆଗାମୀ ଦିନରେ ମଧ୍ୟ ପାଟକୁରାର ସର୍ବାଙ୍ଗୀଣ ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବେ ବୋଲି ସେ ପ୍ରକାଶ କରିଥିଲେ।

ଦୁଇ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପାଟକୁରା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ବିଭାଗ ମାଧ୍ୟମରେ ପ୍ରାୟ ୪୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଥିବା ସେ ଦାବି କରିଥିଲେ। ଏଥିପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହଯୋଗ ଓ ସମର୍ଥନକୁ ସେ ଉଚ୍ଚ ପ୍ରଶଂସା କରିଥିଲେ।

ପାଟକୁରାରେ ଭିତ୍ତିଭୂମି ବିକାଶ, ଯୋଗାଯୋଗ, ଶିକ୍ଷା, ସ୍ୱାସ୍ଥ୍ୟ ଓ କୃଷି କ୍ଷେତ୍ରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହୋଇଥିବା ଉଲ୍ଲେଖ କରି ସେ କହିଥିଲେ ଯେ, ଆଗାମୀ ଦିନରେ ମଧ୍ୟ ପାଟକୁରାର ବିକାଶ ଧାରା ଅବ୍ୟାହତ ରହିବ।

ସାମ୍ବାଦିକ ସମ୍ମିଳନୀରେ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ସହ ବହୁ ସମର୍ଥକ ଓ ଦଳୀୟ କର୍ମୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri