Posted inଜାତୀୟ

କଂଗ୍ରେସ ହାତ ଛାଡିଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ

ରାୟପୁର,୧୦।୮: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଆଦିବାସୀ ନେତା ଅରବିନ୍ଦ ନେତମ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାକୁ ଅଲ ଇଣ୍ଡିଆ କଂଗ୍ରେସ କମିଟି ତଥା ରାଜ୍ୟ କଂଗ୍ରେସ ସଭାପତି ଦୀପକ ବାଜଙ୍କ ନିକଟକୁ ପଠାଇଛନ୍ତି।
ଏଆଇସିସିକୁ ପଠାଯାଇଥିବା ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେ, ମୁଁ କଂଗ୍ରେସ ଦଳର ଜଣେ ସକ୍ରିୟ ସଦସ୍ୟ। ୫ ବର୍ଷ ପୂର୍ବେ ତତ୍କାଳୀନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଆହ୍ବାନରେ କଂଗ୍ରେସକୁ ଫେରି ମୁଁ ସବୁବେଳେ ମୋର ଅଭିଜ୍ଞତା ସହିତ ଦଳକୁ ମଜଭୁତ କରିବାକୁ ଚେଷ୍ଟା କଲି, କିନ୍ତୁ ରାଜ୍ୟ ନେତୃତ୍ୱର ଅସହଯୋଗ ମନୋଭାବ ଯୋଗୁ ମୁଁ ନିରାଶ ହୋଇଥିଲ। ରାଜ୍ୟ ସରକାର ଆଦିବାସୀ ସମାଜ ପାଇଁ ବାବାସାହେବ ଡକ୍ଟର ଭୀମାରାଓ ଆମ୍ବେଡକରଙ୍କ ଦ୍ୱାରା ଦିଆଯାଇଥିବା ସାମ୍ବିଧାନିକ ଅଧିକାରର ବିପରୀତ କାର୍ଯ୍ୟ କରୁଛନ୍ତି। ତେଣୁ ମୁଁ ବିଶ୍ୱ ଆଦିବାସୀ ଦିବସ ଅବସରରେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛି। ମୁଁ ସବୁବେଳେ କେନ୍ଦ୍ରୀୟ ନେତୃତ୍ୱଙ୍କଠାରୁ ମାର୍ଗଦର୍ଶନ ଏବଂ ଆଶୀର୍ବାଦ ଗ୍ରହଣ କରିଆସୁଛି, ଏଥିପାଇଁ ମୁଁ ଦଳକୁ କୃତଜ୍ଞତା ଜଣାଉଛି।
ଅରବିନ୍ଦ ନେତମ ସମସ୍ତ ଆଦିବାସୀ ସମାଜର ପୃଷ୍ଠପୋଷକ ଅଟନ୍ତି। ସେ ଇନ୍ଦିରା ଗାନ୍ଧୀ ଏବଂ ନରସିଂହ ରାଓଙ୍କ ସରକାରରେ ମନ୍ତ୍ରୀ ରହିଛନ୍ତି। ସେ ଇନ୍ଦିରା ଗାନ୍ଧୀଙ୍କ ସରକାରରେ କୃଷି ମନ୍ତ୍ରୀ ଦାୟିତ୍ୱ ତୁଲାଇଛନ୍ତି। ୧୯୯୬ରେ ତାଙ୍କୁ ପ୍ରଥମ ଥର ପାଇଁ କଂଗ୍ରେସରୁ ବହିଷ୍କାର କରାଯାଇଥିଲା। ଅରବିନ୍ଦ ନେତମ ୪ ଥର ଏମ୍‌ପି ହୋଇଛନ୍ତି। ସେ ଛତିଶଗଡର ଜଣେ ବରିଷ୍ଠ ଆଦିବାସୀ ନେତା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri