ଆକ୍ସନ ମୋଡ୍‌ରେ ଅରବିନ୍ଦ ପାଢୀ: ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ ହେବା ପ୍ରସଙ୍ଗରେ ଦେଲେ କଡ଼ା ନିର୍ଦ୍ଦେଶ

ପୁରୀ,୧୩।୯: ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗକୁ ବିବାଦ ବଢିବାରେ ଲାଗିଛି। ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦେବାକୁ ସୁଆର ମହାସୁଆର, ରୋଷପାଇକ ନିଯୋଗ, ରୋଷ ଅମିନଙ୍କୁ କୁହାଯାଇଛି। ଏହାସହ ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଓ ଦେଉଳକରଣଙ୍କୁ ରୋଷଘର ପରଖିବା ଦାୟିତ୍ୱ ଦିଆଯାଇଛି।

ସୂଚନାଯୋଗ୍ୟ,ଶ୍ରୀମନ୍ଦିରରେ ମାଟିକୁଡୁଆ ପରିବର୍ତ୍ତେ ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ ହେଉଛି। ଏହାଦ୍ୱାରା ଶ୍ରୀମନ୍ଦିର ସତ୍ତ୍ୱଲିପି ତଥା ପରମ୍ପରାର ଉଲ୍ଲଂଘନ ହେଉଛି। ଏଭଳି ଅଭିଯୋଗ ଆଣିବା ସହ ଏ ନେଇ ଆପତ୍ତି ଉଠାଇଥିଲା ସୁଆର ମହାସୁଆର ନିଯୋଗ। ସମ୍ପୃକ୍ତ ସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିଯୋଗ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଥିଲା। ଅନ୍ୟପକ୍ଷରେ ଏ ସଂକ୍ରାନ୍ତରେ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିଲା।

ପରମ୍ପରା ଅନୁଯାୟୀ, ଲୁହାକଡ଼େଇରେ କେବଳ ଅମାଲୁ ଓ ପିଠାଜାତୀୟ ଭୋଗ ପ୍ରସ୍ତୁତ କରାଯାଇଥାଏ। ମାଟିକୁଡୁଆରେ ସମସ୍ତ ମହାପ୍ରସାଦ ପ୍ରସ୍ତୁତ କରାଯାଏ। ତେବେ କୁଡୁଆ ଅଭାବ ଆଳରେ କେତେଜଣ ସୁଆର ସେବକ ମହାପ୍ରଭୁଙ୍କ ପରମ୍ପରା ଭାଙ୍ଗି ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ କରୁଥିବା ଅଭିଯୋଗ ହେଉଛି। ଏହି ଘଟଣା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ସହସମ୍ପାଦକ ନରସିଂହ ପ୍ରତିହାରୀ କହିଛନ୍ତି, ମାଟି କୁଡୁଆ ଓ ଚୁଲିରେ ମହାପ୍ରସାଦ ପ୍ରସ୍ତୁତ କରାଯିବାର ପରମ୍ପରା ରହିଛି। ତେବେ ବର୍ତ୍ତମାନ ମାଟିକୁଡୁଆର ଅଭାବ ପରିଲକ୍ଷିତ ହେଉଛି। ଫଳରେ ବିକଳ୍ପ ଭାବେ ଲୁହାକଡେଇରେ ମହାପ୍ରସାଦ ପ୍ରସ୍ତୁତ କରାଯାଉଛି। ତେବେ ମାଟି କୁଡୁଆରେ ମହାପ୍ରସାଦ ପ୍ରସାଦ ପ୍ରସ୍ତୁତ କରାଯିବାକୁ ଆଲୋଚନା ହୋଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ନିଯୋଗକୁ ଚିଠି ଲେଖାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ଏହି ସମସ୍ୟା ପ୍ରତି ଦୃଷ୍ଟି ଦେବା ଆବଶ୍ୟକ।

ସେହିପରି ଜ୍ୟୋତିର୍ବିଦ୍‌ ତଥା ପାଞ୍ଜି ସମୀକ୍ଷକ ହରିଶଙ୍କର ମିଶ୍ର କହିଛନ୍ତି, ସେ ପିଲାବେଳୁ ଶୁଣି ଆସିଛନ୍ତି ମାଟି କୁଡୁଆ, ଚୁଲି ଓ କାଠ ଡଙ୍କିରେ ମହାପ୍ରସାଦ ପ୍ରସ୍ତୁତ ହେଉଥିଲା। ତେବେ ଲୁହା କଡ଼େଇରେ ଯେଉଁ ରୋଷେଇ ହେଉଛି, ତାହା ମହାପ୍ରଭୁଙ୍କ ନିକଟରେ ଭୋଗ ପାଇଁ ଉପଯୁକ୍ତ ନୁହେଁ। ଏପରି କାର୍ଯ୍ୟ ଯେଉଁମାନେ କରୁଛନ୍ତି, ସେମାନେ ସଚେତନ ହେବା ଆବଶ୍ୟକ। ଏହା ଭକ୍ତଙ୍କ ଭାବାବେଗକୁ ଆଘାତ ସୃଷ୍ଟି କରିବ। ତେଣୁ ଶ୍ରୀମନ୍ଦିର ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବା ଆବଶ୍ୟକ। ଅନ୍ୟପକ୍ଷରେ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି, ସୁଆର ମହାସୁଆର ନିଯୋଗ ସହାୟତାରେ ଶ୍ରୀମନ୍ଦିର ଆନନ୍ଦବଜାରରେ ଶୃଙ୍ଖଳା ଆସିପାରିଛି। ଅପରପକ୍ଷରେ ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ ହେବା କଥା ନୁହେଁ। ନିଯୋଗ ସହ ଏନେଇ ଆଲୋଚନା କରାଯାଇ ଦୃଢ଼ ପଦକ୍ଷେପ ନିଆଯିବ। ଯାହା ବି ସମସ୍ୟା ରହିଛି ତାହାର ସମାଧାନ କରାଯିବ ବୋଲି ସ୍ବାଇଁ ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?