ଆର୍ୟନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୮।୧୦: ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟ୍ୟନଙ୍କୁ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଶେଷରେ ଜାମିନ ମିଳିଛି। ଗୁରୁବାର ବମ୍ବେ ହାଇକୋର୍ଟ ଲଗାତର ୩ ଦିନ ଶୁଣାଣି ପରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହାସହ ଆର୍ୟନଙ୍କ ଦୁଇ ସାଙ୍ଗ ଅରବାଜ ମର୍ଚ୍ଚାଣ୍ଟ ଏବଂ ମୁନମୁନ ଧନେଚାଙ୍କୁ ମଧ୍ୟ ଜାମିନ ମିଳିଛି। ଏହାପୂର୍ବରୁ ସେସନ୍ସ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେଇଥିଲେ। ଆର୍ୟନ ଖାନଙ୍କ ଓକିଲ ମୁକୁଲ ରୋହତଗୀ କହିଛନ୍ତି, ଶୁକ୍ରବାର କୋର୍ଟ ତାଙ୍କ ନିଷ୍ପତ୍ତି ଉପରେ ବିସ୍ତୃତ ନିର୍ଦ୍ଦେଶ ଜାରି କରିବେ, ଯାହା ପରେ ଆସନ୍ତାକାଲି କିମ୍ବା ପରଦିନ ସମସ୍ତ ଅଭିଯୁକ୍ତ ଜେଲରୁ ବାହାରିବେ। ଏନସିବି ଏହାର ଯୁକ୍ତି ଉପସ୍ଥାପନ କରିବା ପରେ ବମ୍ବେ ହାଇକୋର୍ଟ ଜାମିନ ଦେଇଛନ୍ତି।
ସୂଚନାଯୋଗ୍ୟ, ଅକ୍ଟୋବର ୨ରେ ମୁମ୍ବାଇରେ କ୍ରୁଜ ପାର୍ଟିରେ ଚଢାଉ ପରେ ଆର୍ୟନଙ୍କ ସମେତ ୮ ଜଣଙ୍କୁ ଏନ୍‌ସିବି ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri