Posted inଖେଳ

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ Vinoo Mankad Trophy ପାଇଁ ତାଙ୍କୁ ଦିଲ୍ଲୀ ପୁରୁଷ ଅଣ୍ଡର-୧୯ ଟିମ୍‌ର ଅଧିନାୟକ ଭାବେ ଘୋଷଣା କରିଛି ଦିଲ୍ଲୀ ଆଣ୍ଡ ଡିଷ୍ଟ୍ରିକ୍ଟ କ୍ରିକେଟ୍ ଆସୋସିଏସନ୍‌ (DDCA)।

DDCAର ଜୁନିୟର ପୁରୁଷ ଚୟନ କମିଟିର ବୈଠକ ପରେ ୧୬ ଜଣିଆ ଦଳ ଚୟନ କରାଯାଇଛି । ଆସନ୍ତା ୮ ଅକ୍ଟୋବରରୁ ବିଶାଖାପାଟଣାରେ Vinoo Mankad Trophy ଖେଳାଯିବ। ଏହି ଟୁର୍ନାମେଣ୍ଟରେ ଆର୍ଯ୍ୟବୀରଙ୍କ ନେତୃତ୍ୱରେ ଦିଲ୍ଲୀ U-19 ଟିମ୍‌ ମଇଦାନକୁ ଓହ୍ଲାଇବ । ଅର୍ଣ୍ଣବ ବୁଗ୍ଗାଙ୍କୁ ଦଳର ଉପଅଧିନାୟକ କରାଯାଇଛି।

ଆର୍ଯ୍ୟବୀର ନିକଟରେ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ନିଜର ଛାପ ଛାଡ଼ିଛନ୍ତି । ଗତ ମାସରେ ଅଷ୍ଟ୍ରେଲିଆ U-19 ବିପକ୍ଷ ଦିନିକିଆ ସିରିଜ୍‌ରେ ସେ ଭାରତୀୟ U-19 ଟିମ୍‌ ପାଇଁ ଡେବ୍ୟୁ କରିଥିଲେ ।ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଆର୍ଯ୍ୟବୀର ୨୮ ରନ୍‌ କରିଥିଲେ । ଦ୍ୱିତୀୟ ମ୍ୟାଚ୍‌ରେ ୪୭ ରନ୍‌ କରି ରନ୍‌ଆଉଟ୍‌ ହୋଇଥିଲେ । ତୃତୀୟ ମ୍ୟାଚ୍‌ରେ ମଧ୍ୟ ସେ ଭଲ ଆରମ୍ଭ କରି ୩୪ ରନ୍‌ର ଉପଯୋଗୀ ଇନିଂସ ଖେଳିଥିଲେ।

୧୮ ବର୍ଷୀୟ ଆର୍ଯ୍ୟବୀରଙ୍କ ପାଖରେ ସିନିୟର ସ୍ତରର T20 କ୍ରିକେଟ୍‌ର ଅଭିଜ୍ଞତା ମଧ୍ୟ ରହିଛି। ଚଳିତ ବର୍ଷ ଦିଲ୍ଲୀ ପ୍ରିମିୟର ଲିଗ୍‌ରେ ସେ ୱେଷ୍ଟ ଦିଲ୍ଲୀ ଲାୟନ୍ସ ପକ୍ଷରୁ ଖେଳିଥିଲେ। ଟୁର୍ନାମେଣ୍ଟରେ ସେ ଦୁଇଟି ମ୍ୟାଚ୍‌ ଖେଳି ୨୪ ରନ୍‌ କରିଥିଲେ।ସିନିୟର ଖେଳାଳିଙ୍କ ସହ ଡ୍ରେସିଂ ରୁମ୍‌ ସେୟାର କରିବାର ଅଭିଜ୍ଞତା ତାଙ୍କୁ U-19 ସ୍ତରରେ ଅଧିନାୟକ ଦାୟିତ୍ୱ ତୁଲାଇବାରେ ସହାୟକ ହୋଇପାରେ । ଏହି କାରଣରୁ DDCA ତାଙ୍କୁ ଦଳର ନେତୃତ୍ୱ ଦାୟିତ୍ୱ ଦେଇଥିବା କୁହାଯାଉଛି।

ଆର୍ଯ୍ୟବୀର ସେହୱାଗ (ଅଧିନାୟକ), ତନ୍ମୟ ଚୌଧୁରୀ, ଅର୍ଣ୍ଣବ ବୁଗ୍ଗା (ଉପଅଧିନାୟକ), ଧନ୍ୟ ନକଡ଼ା, ଉଦୟ ଚାୱଲା, ଗର୍ବ କୁମାର, ଅଭିରାଜ ଗଗନ ସିଂହ (ୱିକେଟକିପର୍), ତରୁଣ ସିଂହ (ୱିକେଟକିପର୍), ଆର୍ଯ୍ୟନ ଶର୍ମା, ଓଜସଦୀପ ସିଂହ, କିରିଟ୍ କୌଶିକ, ବରୁଣ ବଞ୍ଜାନୀ, ରୁଦ୍ର ଦେବ ଯାଦବ, ପ୍ରଦ୍ୟୁମ୍ନ ସାନନ, ପାର୍ଥ ରାଜ ଓ ଶାନ୍ତନୁ ଯାଦବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?