Posted inଫୁରସତ

ରାସ୍ତାପାର୍ଶ୍ୱରେ ମୃତଦେହ ପଡ଼ିଥିବା ଭାବି ଭିଡ଼ ଜମାଇଲେ ଲୋକେ, ଆଉ ତା’ ପରେ…

ସୋସିଆଲ ମିଡିଆରେ ଏବେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି, ଯାହା ଦେଖିଲେ ପ୍ରଥମେ ଭୟ କରିବେ ପରେ ହସି ହସି ଗଡ଼ିଯିବେ। ଜଣେ ବ୍ୟକ୍ତି ରାସ୍ତା ପାର୍ଶ୍ୱରେ ଏକ ଧଳା ଚାଦର ଘୋଡ଼େଇ ହୋଇ ଶୋଇଛନ୍ତି। ମୃତଦେହ ପଡ଼ିଥିବା ଭାବି ଲୋକେ ଭିଡ଼ ଜମାଇଥିଲେ। ମାତ୍ର ଏହି ବ୍ୟକ୍ତିଜଣକ ଯେମିତି ଉଠି ଠିଆ ହୋଇଛନ୍ତି। ଦେଖଣାହାରୀମାନେ ଭୟରେ ସେଠାରୁ ଦୌଡ଼ି ପଳାଉଥିବା ଭିଡିଓଟିରେ ନଜର ଆସିଛି।


ଏହି ମଜାଳିଆ ଭିଡିଓଟିକୁ ଆଇଏଏସ୍‌ ଅଫିସର ଅବନୀଶ ଶରଣ ତାଙ୍କ ଟୁଇଟ୍‌ର ପେଜ୍‌ରେ ଶେୟାର କରିଛନ୍ତି। ଭିଡିଓରେ ଦେଖାଇଯାଇଛି ରାସ୍ତା ପାର୍ଶ୍ୱରେ ପ୍ଲାଷ୍ଟିକ୍‌ର ଏକ ଧଳା ଚାଦର ଘୋଡ଼ାଇ ହୋଇ ଜଣେ ବ୍ୟକ୍ତି ଶୋଇଥିଲେ। ମୃତଦେହ ଭାବି ଲୋକେ ଭିଡ଼ ଜମାଇଥିଲେ। ଏହା ଦେଖି ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ କର୍ମଚାରୀମାନେ ଯେମିତି ଚାଦର ଉଠାଇଛନ୍ତି, ବ୍ୟକ୍ତିଜଣକ ଠିଆ ହୋଇପଡ଼ିଲେ। ତାଙ୍କୁ ଏପରି ଅବସ୍ଥାରେ ଦେଖି ଭିଡ଼ ଜମାଇଥିବା ଲୋକେ ଦୌଡ଼ି ପଳାଇଲେ। ବ୍ୟକ୍ତିଜଣକ ମଧ୍ୟ ଭିଡ଼ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ।
ଭିଡିଓଟିକୁ ଶେୟାର କରି ଅବନୀଶ କ୍ୟାପଶନ୍‌ ଲେଖିଛନ୍ତି, ଆଜିକାଲି ଲୋକଙ୍କୁ ଶାନ୍ତିରେ ବି ଶୋଇବାକୁ ଦେବେନି। ଏହି ଭିଡିଓଟି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେପ୍ଟେମ୍ବର ୯ ଅର୍ଥାତ୍‌ ଆଜି ସକାଳ ୧୦ଟାରେ ଶେୟାର ହୋଇଥିବା ଏହି ଭିଡିଓଟିକୁ ବର୍ତ୍ତମାନ ସୁଦ୍ଧା ହଜାରରୁ ଅଧିକ ଲୋକ ପସନ୍ଦ କରିଥିବା ବେଳେ ୨୯୪ ରି-ଟୁଇଟ୍‌ ହୋଇସାରିଲାଣି। ୟୁଜରମାନେ ମଧ୍ୟ ମଜାଳିଆ କମେଣ୍ଟ ସବୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?