Posted inଜାତୀୟ

ଦିଲ୍ଲୀରେ ଭୟଙ୍କର ହେଲା ପ୍ରଦୂଷଣ: ନିର୍ମାଣ କାର୍ଯ୍ୟ ଉପରେ ଲାଗିଲା ଅଙ୍କୁଶ, ସ୍କୁଲ୍ ଛୁଟି

ନୂଆଦିଲ୍ଲୀ,୧୪।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ବୁଧବାର ଦିଲ୍ଲୀର ବାୟୁ ଗୁଣବତ୍ତା(ଏକ୍ୟୁଆଇ) ଦେଶରେ ପ୍ରଥମରେ ଥିବା ବେଳେ ଗୁରୁବାର ଏହା ୪୨୮ ରେ ପହଞ୍ଚିଛି। ଯାହା ଚଳିତ ବର୍ଷ ପ୍ରଥମ ଥର ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ ପହଞ୍ଚିଛି। ଆଗକୁ ଏହି ସ୍ଥିତି ଆହୁରି ଖରାପ ହେବାକୁ ଥିବା ବେଳେ ବାୟୁ ଗୁଣବତ୍ତା ପ୍ରବନ୍ଧନ ଆୟୋଗ(ସିଏକ୍ୟୁଏମ) ଗ୍ରେଡେଡ ରେସପନ୍ସ ଆକ୍ସନ ପ୍ଲାନ(ଜିଆରଏପି) ୩ ଶ୍ରେଣୀ ଲାଗୁ କରିଛି।

ଜିଆରଏପି-୩ ଲାଗୁ ହେବା ପରେ ଦିଲ୍ଲୀ-ଏନସିଆର ଅଞ୍ଚଳରେ ନିର୍ମାଣକାର୍ଯ୍ୟ ଉପରେ ରୋକ ଲାଗିବ, କେବଳ ସେହି ନିର୍ମାଣକାର୍ଯ୍ୟ ଜାରି ରହିବ ଯାହା ରାଷ୍ଟ୍ରର ସ୍ୱାର୍ଥ ପାଇଁ ଜରୁରୀ ଅଟେ। ସେହିଭଳି ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଗ୍ରେଡ୍ ରେସପନ୍ସ ଆକ୍ସନ ପ୍ଲାନ୍ (ଜିଆରଏପି) ହେଉଛି ଦିଲ୍ଲୀ ଏବଂ ଏନସିଆରରେ ବାୟୁ ପ୍ରଦୂଷଣର ମାତ୍ରା ହ୍ରାସ କରିବା ପାଇଁ ପରିକଳ୍ପିତ ପଦକ୍ଷେପ। ପ୍ରଦୂଷଣକୁ ହ୍ରାସ କରିବା ପାଇଁ ନିର୍ମାଣ, ଭାଙ୍ଗିବା ଏବଂ ଜନସାଧାରଣଙ୍କ କାର୍ଯ୍ୟକଳାପ ଉପରେ ପ୍ରତିବନ୍ଧକ ଲଗାଇ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ‘ଗୁରୁତର’ ସ୍ତରରେ ପହଞ୍ଚିବା ପରେ ଜିଆରଏପି’ର ପର୍ଯ୍ୟାୟ ୩ କାର୍ଯ୍ୟକାରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri