Posted inଜାତୀୟ

ଦିଲ୍ଲୀ ଜାତୀୟ ରାଜଧାନୀ ହୋଇଥିବାରୁ ନିୟନ୍ତ୍ରଣ ଆବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ,୨୮ା୪: ଦିଲ୍ଲୀର ନିର୍ବାଚିତ ସରକାରଙ୍କ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରାଇବାକୁ ନ ଦେବା ପାଇଁ ଉପରାଜ୍ୟପାଳ (ଏଲ୍‌ଜି)ଙ୍କୁ କେନ୍ଦ୍ର ବ୍ୟବହାର କରୁଥିବା ଅଭିଯୋଗ ଆଣି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ପ୍ରସଙ୍ଗରେ କେନ୍ଦ୍ର ବୁଧବାର ନିଜ ଆଭିମୁଖ୍ୟ ସମ୍ପର୍କରେ ଶୀର୍ଷ ଅଦାଲତଙ୍କୁ ଅବଗତ କରାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୁକ୍ତି ବଢ଼ାଯାଇଛି ଯେ, ବିଶ୍ୱ ଦିଲ୍ଲୀ ଜରିଆରେ ଭାରତକୁ ଦେଖିଥାଏ। ଦିଲ୍ଲୀ ଜାତୀୟ ରାଜଧାନୀ ହୋଇଥିବାରୁ ଏହାର ପ୍ରଶାସନ ଉପରେ କେନ୍ଦ୍ରର ସ୍ବତନ୍ତ୍ର କ୍ଷମତା ରହିବା ଆବଶ୍ୟକ। ଏହି କେନ୍ଦ୍ରଶାସିତ ଅଞ୍ଚଳରେ ସରକାରୀ କର୍ମଚାରୀମାନଙ୍କ ବଦଳି ଓ ନିଯୁକ୍ତି ନିୟନ୍ତ୍ରଣ କେନ୍ଦ୍ର ହାତରେ ବଜାୟ ରହୁ। ବାଲାକ୍ରିଷ୍ଣନ୍‌ କମିଟି ରିପୋର୍ଟ ଆଧାରରେ ଜାତୀୟ ସ୍ବାର୍ଥ ପାଇଁ ଏହି କ୍ଷମତା ନିଜ ପାଖରେ ରଖିବାକୁ କେନ୍ଦ୍ର ଯୁକ୍ତି ବାଢ଼ିଛି। ଅନ୍ୟପକ୍ଷେ କେନ୍ଦ୍ରର ଏଭଳି ଆଭିମୁଖ୍ୟ ଉପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଏଏପି ସରକାର ଆପତ୍ତି ଉଠାଇଛନ୍ତି। ସିଭିଲ ସର୍ଭିସ ଉପରେ ଦିଲ୍ଲୀ ସରକାରଙ୍କ ନିୟନ୍ତ୍ରଣ ରହୁ ବୋଲି ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ଯୁକ୍ତି ବାଢ଼ିଥିଲେ। ତେବେ କେନ୍ଦ୍ର ଏହି ପ୍ରସଙ୍ଗ ଏକ ୫ଜଣିଆ ସାମ୍ବିଧାନିକ ପୀଠରେ ହେଉ ବୋଲି କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?