୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ

ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିଥିଲେ। ପରେ ସ୍ଥାନୀୟ ସଭାଘର ଠାରେ ଆୟୋଜିତ ଅଭିଯୋଗ ଗ୍ରହଣ ଓ କର୍ମୀ ସମ୍ମିଳନୀରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡ଼ା ସମାଲୋଚନା କରିଥିଲେ। ଭାଜପା ରଖିଥିବା ନିର୍ବାଚନୀ ଇସ୍ତାହାର ଓଡ଼ିଶାକୁ ୨୫ ବର୍ଷ ପଛକୁ ନେଇଯିବ। ଭାଜପାର ନେତାମାନେ ଆସି ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦେବାକୁ କହୁଛନ୍ତି। ପୂର୍ବରୁ ପ୍ରତି ଲୋକଙ୍କ ନିକଟକୁ ୧୫ ଲକ୍ଷ ଟଙ୍କା ଯେଉଁଭଳି ଆସିଥିଲା, ସେହିଭଳି ୫୦ ହଜାର ପଠାଇବେ ବୋଲି ପାଣ୍ଡିଆନ କଟାକ୍ଷ କରିଥିଲେ। ତେଣୁ ଆସନ୍ତା ନିର୍ବାଚନରେ ବିଜୁ ଜନତା ଦଳର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ଡା. ଅବିନାଶ ସାମଲ ଓ ଅନୁଗୋଳ ବିଧାୟକ ପ୍ରାର୍ଥତ୍ନୀ ସଂଯୁକ୍ତା ସିଂହଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ।
ସଭାଘରଠାରେ ଆୟୋଜିତ ଅଭିଯୋଗ ଗ୍ରହଣ ଓ କର୍ମୀ ସମ୍ମିଳନୀରେ ପାଣ୍ଡିଆନ ଲୋକମାନଙ୍କଠାରୁ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ନିର୍ବାଚନ ଆଚରଣବିଧି ଲାଗୁ ରହିଥିବାରୁ ଏବେ କିଛି କହିହେଉନି। ତଥାପି ଲୋକମାନଙ୍କ ସମସ୍ୟା ଦୂର କରିବାକୁ କାର୍ଯ୍ୟ କରାଯାଉଛି ବୋଲି ସେ କହିଥିଲେ। ଭାଜପାର ନେତାମାନେ ଆସି ବଡ଼ ବଡ଼ ଭାଷଣ ଦେଉଛନ୍ତି। ତାଙ୍କୁ ପଚାରନ୍ତୁ, କେଉଁ ରାଜ୍ୟରେ ଜାଗା ମିଶନ କେଉଁଠାରେ କାର୍ଯ୍ୟକାରୀ ହୋଇଛି। ସହରାଞ୍ଚଳରେ ଥିବା ଜମିକୁ ଗରିବ ଜନସାଧାରଣଙ୍କୁ ସେମାନେ ପଟ୍ଟା ଦେଇଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଏହି କାର୍ଯ୍ୟକ୍ରମ କେବଳ ନବୀନ ବାବୁ ହିଁ କରିପାରିବେ। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ଆଶୀର୍ବାଦ ପାଇ ମୁଖ୍ୟମନ୍ତ୍ରୀ ଜୁନ ୯ରେ ଦାୟିତ୍ୱ ଗ୍ରହଣ କରିବେ। ଏହାପରେ ପ୍ରଥମ ଦସ୍ତଖତ ବିଜୁଳି ବିଲ୍‌ ଛାଡ଼ ପାଇଁ କରାଯିବ। ଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ ବୃତ୍ତି ପ୍ରଦାନ କରାଯାଉଛି। ଏହି ବୃତ୍ତି ନବୀନବାବୁଙ୍କ ସରକାର ପ୍ରଦାନ କରୁଛି। ଏହି ଅଞ୍ଚଳର ଜଣେ ନେତା କେନ୍ଦ୍ରରେ ଶିକ୍ଷାମନ୍ତ୍ରୀ ରହିଛନ୍ତି। ତାଙ୍କୁ ପଚାରନ୍ତୁ, କେତେ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସେମାନେ ଛାତ୍ର ବୃତ୍ତି ଦେଉଛନ୍ତି। ଯଦି ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶା ଗଠନ କରିବାର ଅଛି, ତେବେ ଛାତ୍ରୀଛାତ୍ରଙ୍କ ସ୍ବପ୍ନ ପୂରଣ କରିବାକୁ ପଡ଼ିବ। ଏଥିପାଇଁ ସମସ୍ତଙ୍କୁ କାମ କରିବାକୁ ପଡ଼ିବ ବୋଲି ପାଣ୍ଡିଆନ କହିଥିଲେ। ଏହି କାର୍ଯ୍ୟକ୍ରମରେ ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା, ବିଜେଡି ଜିଲା ସଭାପତି ମହେନ୍ଦ୍ର ବସ୍ତିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri