ଏବେ ବି ଟିକା ନେଇନାହାନ୍ତି ୨୭ ଲକ୍ଷ

ଭୁବନେଶ୍ୱର,୬।୧(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବାକୁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ସମସ୍ତ ଲୋକେ ଯେପରି ସୁବିଧାରେ ଟିକା ନେଇପାରିବେ ସେ ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଉଛନ୍ତି।

ଏହାସତ୍ତ୍ୱେ ରାଜ୍ୟରେ ପ୍ରାୟ ୨୭ଲକ୍ଷ ଲୋକ ପ୍ରଥମ ଡୋଜ୍‌ ଟିକା ନେଇ ନ ଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେହିପରି ରାଜ୍ୟର ୨୬ ଲକ୍ଷ ଲୋକେ ଦ୍ୱିତୀୟ ଡୋଜ୍‌ ଟିକା ନେଇ ନାହାନ୍ତି। ସେମାନଙ୍କୁ ତୁରନ୍ତ ଉଭୟ ଡୋଜ୍‌ ଟିକା ଦେବା ପାଇଁ ବ୍ୟବସ୍ଥା କରାଯାଉଥିବା ସେ କହିଛନ୍ତି। ରାଜ୍ୟରେ ଜାନୁଆରୀ ୩ ତାରିଖରୁ ୧୫ରୁ ୧୮ବର୍ଷ ବୟସ ବର୍ଗଙ୍କ ଟିକାକରଣ ଆରମ୍ଭ ହୋଇଛି। ବୁଧବାର ୧ହଜାର ୧୨୫ଟି ସ୍ବତନ୍ତ୍ର କେନ୍ଦ୍ରରେ କିଶୋରଙ୍କୁ ଟିକାକରଣ କରାଯାଇଥିଲା। ଗୋଟେ ଦିନରେ ୮୦ହଜାରରୁ ଊର୍ଦ୍ଧ୍ୱ କିଶୋର ଟିକା ନେଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୨ଲକ୍ଷ ୬୪ହଜାର କିଶୋରଙ୍କ ଟିକାକରଣ କରାଯାଇଛି। ଅପରପକ୍ଷେ ବୟସ୍କ ଓ ସ୍ବାସ୍ଥ୍ୟକର୍ମୀଙ୍କୁ କେଉଁ ପ୍ରକାର ଟିକାର ବୁଷ୍ଟର ଡୋଜ ଦିଆଯିବ ସେ ନେଇ କେନ୍ଦ୍ରରୁ ଏଯାବତ୍‌ କୌଣସି ଲିଖିତ ଚିଠି ଆସି ନ ଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri