୫୪୫ ପ୍ରାର୍ଥିପତ୍ର ଦାଖଲ କଲେ ଆଶାୟୀ

ବଅଁରପାଳ/ ବଇଣ୍ଡା/ ଛେଣ୍ଡିପଦା, ୧୮।୧(ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ ହୋଇଛି। ନିୟମ ଅନୁଯାୟୀ ଏହା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୨ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବ ଓ ୨୫ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ଅନୁଗୋଳ ଜିଲାରେ ମୋଟ୍‌ ୫୪୫ ପ୍ରାର୍ଥିପତ୍ର ଦାଖଲ ହୋଇଛି। ତେବେ ଜିଲା ପରିଷଦ ପଦବୀ ନିମନ୍ତେ ଗୋଟିଏ ହେଲେ ନାମାଙ୍କନପତ୍ର ଦାଖଲ ହୋଇନାହିଁ।
ଅନୁଗୋଳ ଜିଲାର ୨୨୫ଟି ପଞ୍ଚାୟତ ଓ ୨୮ଟି ଜିଲା ପରିଷଦ ଜୋନ୍‌ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜିଲା ରାଜନୀତି ସରଗରମ ହୋଇପଡ଼ିଛି। ସରପଞ୍ଚ, ସମିତି ସଭ୍ୟ ଓ ଓ୍ବାର୍ଡମେମ୍ବର ନିର୍ବାଚନ ଦଳୀୟ ଭିତ୍ତିରେ ହେଉ ନ ଥିବାବେଳେ ଜିଲା ପରିଷଦ ଜୋନ୍‌ ପାଇଁ ବିଜେଡି, ଭାଜପା ଓ କଂଗ୍ରେସ ଦଳ ମଧ୍ୟରେ କଡ଼ା ଟକ୍କର ହେବ। ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ଜିଲାର ୮ଟି ବ୍ଲକରୁ ୯୫ ଜଣ ସରପଞ୍ଚ ପଦବୀ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେହିପରି ୩୮ ଜଣ ସମିତି ସଭ୍ୟ ପଦବୀ ପାଇଁ ଓ ୪୧୨ ଜଣ ୱାର୍ଡ ସଭ୍ୟ ନିମନ୍ତେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜିଲା ପରିଷଦ ଜୋନ୍‌ ନିମନ୍ତେ ଏଯାଏ ୩ ପ୍ରମୁଖ ଦଳ ସେମାନଙ୍କ ପ୍ରାର୍ଥୀ ଘୋଷଣା କରି ନ ଥିବାବେଳେ ସ୍ବାଧୀନ ଭାବେ ମଧ୍ୟ ଲଢ଼ିବାକୁ କେହି ପ୍ରଥମ ଦିନରେ ପ୍ରାର୍ଥତ୍ପତ୍ର ଦାଖଲ କରି ନ ଥିବା ଜିଲା ପଞ୍ଚାୟତ ଅଧିକାରୀ ଗଜେନ୍ଦ୍ର ବାରିକ ସୂଚନା ଦେଇଛନ୍ତି। କେବଳ କିଶୋରନଗର ବ୍ଲକରେ ୩୫ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ଓ୍ବାର୍ଡ ସଭ୍ୟ ପାଇଁ ୨୯ ଓ ସରପଞ୍ଚ ପଦବୀ ପାଇଁ ୫ ଜଣ ନାମାଙ୍କନପତ୍ର ଦାଖଲ କରିଥିବା ବ୍ଲକ ନିର୍ବାଚନ ଅଧିକାରୀ ଡ. ସ୍ବରୂପା ନନ୍ଦ ସାହୁ ପ୍ରକାଶ କରିଛନ୍ତି। ପାଲଲହଡ଼ା ବ୍ଲକରେ ମୋଟ ୪୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ସମିତି ସଭ୍ୟ ପଦବୀ ପାଇଁ ୩୬ ଜଣ, ସମିତି ସଭ୍ୟ ପାଇଁ ୨ ଓ ସରପଞ୍ଚ ପଦବୀ ନିମନ୍ତେ ୬ଟି ନାମାଙ୍କନପତ୍ର ଦାଖଲ କରାଯାଇଥିବା ସୂଚନା ମିଳିଛି। ଛେଣ୍ଡିପଦା ବ୍ଲକରେ ପ୍ରଥମ ଦିନରେ ୫୯ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ଓ୍ବାର୍ଡ ସଭ୍ୟ ପାଇଁ ୫୦ ଜଣ, ସରପଞ୍ଚ ପଦବୀ ନିନ୍ତେ ୮ ଜଣ ଓ ସମିତି ସଭ୍ୟ ପାଇଁ ଜଣେ ପାର୍ଥତ୍ପତ୍ର ଦାଖଲ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?