ନେପାଳ ପାଣି ଛାଡ଼ିବାରୁ ୬୧ ଗାଁ ବୁଡ଼ିଗଲା

ବାହରିଚ୍‌ ୩ା୮(ପି.ଟି.): ନେପାଳ ଏହାର ତିନୋଟି ବ୍ୟାରେଜରୁ ନଦୀକୁ ଜଳ ଛାଡ଼ିଦେବାରୁ ରବିବାର ଉତ୍ତରପ୍ରଦେଶ ବାହରିଚ୍‌ ଜିଲାସ୍ଥିତ ୬୧ଟି ଗାଁ ଜଳମଗ୍ନ ହୋଇଯାଇଛି। ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟାରେ ପ୍ରଭାବିତ ହୋଇଥିବାବେଳେ ୧୭୧ ଘର କ୍ଷତିଗ୍ରସ୍ତ ହୋଇଛି। ଘାଘରା ନଦୀରେ ବୁଡ଼ିଯାଇ ୩ ଜଣ ପ୍ରାଣ ହରାଇଛନ୍ତି।
ଭାରତ ଉପରେ ଦାଉ ସାଧୁଛି ପଡ଼ୋଶୀ ନେପାଳ। ଉତ୍ତରାଖଣ୍ଡର ୩ଟି ଅଞ୍ଚଳକୁ ନିଜର ବୋଲି ଦାବି କରିବା ପରେ ନେପାଳ ୩ ଆନିକଟରୁ ଲକ୍ଷ ଲକ୍ଷ କ୍ୟୁସେକ୍‌ ପାଣି ଛାଡ଼ିଦେଇଛି। ଫଳରେ ଘାଘରା ନଦୀରେ ପ୍ରବଳ ବନ୍ୟା ଆସିଛି। କାଇସରଗଞ୍ଜ, ମହସି ଓ ମିହିପୂର୍ବା ତହସିଲର ୧.୫୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌)କୁ ନିୟୋଜିତ କରାଯାଇଛି। ପ୍ରଭାବିତ ଲୋକଙ୍କୁ ଥଇଥାନ ପାଇଁ ୨୩ଟି ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଛି। କ୍ଷତିଗ୍ରସ୍ତ ଲୋକଙ୍କୁ ପ୍ରଶାସନ ପକ୍ଷରୁ ରିଲିଫ ସହାୟତା ଯୋଗାଇ ଦିଆଯାଇଛି। ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରି ଲୋକଙ୍କୁ ଚିକିତ୍ସା ସହାୟତା ଉପଲବ୍ଧ କରାଇବା ସକାଶେ ୪୮ ମେଡିକାଲ ଟିମ୍‌ ପଠାଯାଇଛି। ବନ୍ୟାଜଳରେ ଭାସିଯାଇ ପ୍ରମେଶ(୧୬), ସନ୍ତୋଷ(୧୪) ଓ ରାମ ସନଭାରେ(୩୫)ଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri