ନେପାଳ ପାଣି ଛାଡ଼ିବାରୁ ୬୧ ଗାଁ ବୁଡ଼ିଗଲା

ବାହରିଚ୍‌ ୩ା୮(ପି.ଟି.): ନେପାଳ ଏହାର ତିନୋଟି ବ୍ୟାରେଜରୁ ନଦୀକୁ ଜଳ ଛାଡ଼ିଦେବାରୁ ରବିବାର ଉତ୍ତରପ୍ରଦେଶ ବାହରିଚ୍‌ ଜିଲାସ୍ଥିତ ୬୧ଟି ଗାଁ ଜଳମଗ୍ନ ହୋଇଯାଇଛି। ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟାରେ ପ୍ରଭାବିତ ହୋଇଥିବାବେଳେ ୧୭୧ ଘର କ୍ଷତିଗ୍ରସ୍ତ ହୋଇଛି। ଘାଘରା ନଦୀରେ ବୁଡ଼ିଯାଇ ୩ ଜଣ ପ୍ରାଣ ହରାଇଛନ୍ତି।
ଭାରତ ଉପରେ ଦାଉ ସାଧୁଛି ପଡ଼ୋଶୀ ନେପାଳ। ଉତ୍ତରାଖଣ୍ଡର ୩ଟି ଅଞ୍ଚଳକୁ ନିଜର ବୋଲି ଦାବି କରିବା ପରେ ନେପାଳ ୩ ଆନିକଟରୁ ଲକ୍ଷ ଲକ୍ଷ କ୍ୟୁସେକ୍‌ ପାଣି ଛାଡ଼ିଦେଇଛି। ଫଳରେ ଘାଘରା ନଦୀରେ ପ୍ରବଳ ବନ୍ୟା ଆସିଛି। କାଇସରଗଞ୍ଜ, ମହସି ଓ ମିହିପୂର୍ବା ତହସିଲର ୧.୫୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌)କୁ ନିୟୋଜିତ କରାଯାଇଛି। ପ୍ରଭାବିତ ଲୋକଙ୍କୁ ଥଇଥାନ ପାଇଁ ୨୩ଟି ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଇଛି। କ୍ଷତିଗ୍ରସ୍ତ ଲୋକଙ୍କୁ ପ୍ରଶାସନ ପକ୍ଷରୁ ରିଲିଫ ସହାୟତା ଯୋଗାଇ ଦିଆଯାଇଛି। ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରି ଲୋକଙ୍କୁ ଚିକିତ୍ସା ସହାୟତା ଉପଲବ୍ଧ କରାଇବା ସକାଶେ ୪୮ ମେଡିକାଲ ଟିମ୍‌ ପଠାଯାଇଛି। ବନ୍ୟାଜଳରେ ଭାସିଯାଇ ପ୍ରମେଶ(୧୬), ସନ୍ତୋଷ(୧୪) ଓ ରାମ ସନଭାରେ(୩୫)ଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri