Posted inରାଜ୍ୟ

ଏପ୍ରିଲ୍ ସୁଦ୍ଧା ଓଡ଼ିଶାର ବିଭିନ୍ନ ଜଙ୍ଗଲର ୮,୦୦୦ ସ୍ଥାନରେ ଲାଗିଛି ନିଆଁ

ଭୁବନେଶ୍ୱର,୮।୪: ଏପ୍ରିଲ୍ ୭ ପର୍ଯ୍ୟନ୍ତ ସୁଦ୍ଧା ଓଡ଼ିଶାର ପ୍ରାୟ ୮,୦୦୦ ସ୍ଥାନରେ ଜଙ୍ଗଲ ନିଆଁ ଲାଗିଛି। ଏଥିସହ ପ୍ରାୟ ୯୯.୫ ପ୍ରତିଶତ ନିଆଁ ସଫଳତାର ସହ ଆୟତ୍ତ କରାଯାଇଛି। ପିସିସିଏଫ୍ ଦେବଦତ୍ତ ବିଶ୍ୱାଳ ସୋମବାର ସୂଚନା ଦେଇଛନ୍ତି ଯେ କାଳବୈଶାଖୀ ଏବଂ ବନ ବିଭାଗ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ଯୋଗୁଁ ଜଙ୍ଗଲ ନିଆଁକୁ ଆୟତ୍ତ କରାଯାଇପାରିଛି । ଗତ ବର୍ଷ ସମାନ ସମୟ ମଧ୍ୟରେ ୨୭,୦୦୦ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଥିବା ସେ କହିଛନ୍ତି।

ଏହା ସହିତ ବିଶ୍ୱାଳ ସୂଚନା ଦେଇଛନ୍ତି ଯେ, କୋରାପୁଟ, ଭବାନୀପାଟଣା ଓ ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ଗତକାଲି ୨୫୬ଟି ସ୍ଥାନରେ ଜଙ୍ଗଲ ନିଆଁ ଚିହ୍ନଟ କରାଯାଇଥିଲା। ଫରେଷ୍ଟ ସର୍ଭେ ଅଫ୍‌‌ ଇଣ୍ଡିଆର ତଥ୍ୟ ଅନୁସାରେ ଗତକାଲି ଅପରାହ୍ଣ ସାଢ଼େ ଗୋଟାଏ ସୁଦ୍ଧା ରାଜ୍ୟର ୨୮୪ଟି ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଥିଲା। ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ୧୫୦ରୁ ଅଧିକ ସ୍ଥାନରେ ଜଙ୍ଗଲ ନିଆଁ ଚିହ୍ନଟ ହୋଇଥିଲା ।

ସୂଚନାଯୋଗ୍ୟ ଗତ ମାର୍ଚ୍ଚ ମାସରେ ଦେଶରେ ୫୮ହଜାର ୮୦୦ରୁ ଅଧିକ ସ୍ଥାନରେ ଜଙ୍ଗଲ ଗୁଡ଼ିକରେ ନିଆଁ ଲାଗିଥିବା ବେଳେ ଚଳିତ ମାସର ଗତକାଲି ସୁଦ୍ଧା ୨୨ହଜାର ୬୦୦ଟି ସ୍ଥାନରେ ଦେଶର ଜଙ୍ଗଲ ଗୁଡ଼ିକରେ ନିଆଁ ଲାଗିଥିବା ଫରେଷ୍ଟ ସର୍ଭେ ଅଫ୍‌‌ ଇଣ୍ଡିଆର ତଥ୍ୟରେ କୁହାଯାଇଛି ।

ତେବେ କୃଷି ସମ୍ବନ୍ଧୀୟ କାର୍ଯ୍ୟକଳାପ, ମହୁଲ ଫୁଲ ସଂଗ୍ରହ ତଥା ପଶୁମାନଙ୍କୁ କରିବା କାରଣରୁ ମାଲକାନଗିରି ଜିଲ୍ଲାରେ ଜଙ୍ଗଲରେ ନିଆଁ ଲାଗିବା ଘଟଣା ଅଧିକ। ଏହା ମଧ୍ୟ ଦେଖାଯାଇଛି ଯେ କିଛି ଦୁର୍ବୁତ୍ତ ପାଇଁ ନିଆଁ ଲଗାଉଛନ୍ତି। ଏଭଳି ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ବନ ଅଧିକାରୀ ସୂଚନା ଦେଇଛନ୍ତି।

ଏହା ସହିତ ସେ ସୂଚନା ଦେଇଛନ୍ତି ଯେ ନିଆଁକୁ ଆୟତ୍ତ କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସମୁଦାୟ ୩୬୭ ଟିମ୍ ଗଠନ କରାଯାଇଛି। ୨,୩୬୫ ସୁରକ୍ଷା କିଟ୍ ଏବଂ ୪୦୦୦ ରୁ ଅଧିକ ଅଗ୍ନି ଗ୍ଲୋଭସ୍ ଯୋଗାଇ ଦିଆଯାଇଛି। ଜଙ୍ଗଲରେ ନିଆଁ ଲାଗିବା ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ପାଇଁ ୩୩୦ ଯାନ କେବଳ ନିୟୋଜିତ ହୋଇଛି। ତେବେ କିଛି ସ୍ଥାନରେ ଜଙ୍ଗଲ ଅଗ୍ନିକାଣ୍ଡର ମାତ୍ରା ଅଧିକ ହେଲେ ବନ ବିଭାଗ ODRAF ସହାୟତା ମାଗିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri