ଜୁଲାଇ ୩୧ ପର୍ଯ୍ୟନ୍ତ ୪ ଭବନକୁ ମନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ମଧ୍ୟରେ ୩ଗୁଣ ବୃଦ୍ଧି ପାଇ ପାଖାପାଖି ୮ ହଜାରରେ ପହଞ୍ଚିଲାଣି। ସରକାରୀ କାର୍ଯ୍ୟାଳୟରେ ଯେପରି ସଂକ୍ରମଣ ନ ପହଞ୍ଚିବ ସେଥିପାଇଁ ସରକାର ଅଧିକ ଯତ୍ନବାନ ମଧ୍ୟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ଦୁଇଦିନ ତଳେ ୫୦ପ୍ରତିଶତ କର୍ମଚାରୀଙ୍କୁ ନେଇ(ଅଫିସରଙ୍କ ସମେତ) ବିଭାଗ ଚଳାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ରାଜ୍ୟ ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇ ରାଜ୍ୟର ୪ ପ୍ରମୁଖ କାର୍ଯ୍ୟାଳୟ ଯଥା: ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଏବଂ କୃଷି ଭବନ ଭିତରକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲୋକଙ୍କୁ ଯିବା ପାଇଁ ବାରଣ କରିଛନ୍ତି। ଗୃହ ବିଭାଗ ଅତିରିକ୍ତ ସଚିବ ସରୋଜ କୁମାର ମିଶ୍ର ସବୁ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଏବଂ କମିଶନରଙ୍କୁ ଚିଠି କରି ଉପରୋକ୍ତ ୪ଟି ଯାକ ରାଜ୍ୟ ସରକାରଙ୍କ ପ୍ରମୁଖ କାର୍ଯ୍ୟାଳୟ ଭିତରକୁ ଜନସାଧାରଣଙ୍କ ପ୍ରବେଶରେ ରୋକ ଲଗାଇବା ପାଇଁ ଅନୁରୋଧ କରିଛନ୍ତି। ଯେଉଁମାନେ ପାସ୍‌ ନେଇଛନ୍ତି ସେସବୁକୁ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ରଦ୍ଦ କରାଯିବ। ଯଦି କୌଣସି ଜରୁରୀ କାର୍ଯ୍ୟରେ ଜନସାଧାରଣ କିମ୍ବା ପାସ୍‌ ହୋଲ୍ଡରମାନେ ଆସିବାକୁ ଚାହିଁବେ ତେବେ ସେମାନଙ୍କୁ ସମ୍ପୃକ୍ତ ବିଭାଗର ସଚିବଙ୍କ ମାଧ୍ୟମରେ ଗୃହ ବିଭାଗ ସ୍ବତନ୍ତ୍ର ସଚିବଙ୍କ ଅନୁମତି ନେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?