ମାର୍ଚ୍ଚ ୩୧ ସୁଦ୍ଧା ୫୭,୨୨,୩୦୪ ଏମ୍‌ଟି ଖରିଫ ଧାନ ସଂଗ୍ରହ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଶେଷ ହୋଇଛି। ଏହି ସମୟରେ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ୍‌ ଟନ(ଏମ୍‌ଟି) ଧାନ ସଂଗ୍ରହ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟର ପଞ୍ଜୀକୃତ ଓ ଯାଞ୍ଚ ହୋଇଥିବା ଚାଷୀଙ୍କ ନିକଟରୁ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପ୍ରଦାନ କରି ୧୧ ହଜାର ୧୦୧ କୋଟି ୨୭ ଲକ୍ଷ ଟଙ୍କାର ଖରିଫ ଧାନ ସଂଗ୍ରହ କରାଯାଇଛି। ସମସ୍ତ ୩୦ ଜିଲାରୁ ଧାନ ସଂଗ୍ରହ କରାଯାଇଥିବାବେଳେ ଯାଞ୍ଚ ହୋଇଥିବା ଚାଷୀଙ୍କ ମଧ୍ୟରୁ ୧୨ ଲକ୍ଷ ୯୨ ହଜାର ୭୩୨ ଜଣ ସେମାନଙ୍କର ଖରିଫ୍‌ ଧାନ ବିକ୍ରୟ କରିଛନ୍ତି। ତନ୍ମଧ୍ୟରେ ୧୦ ଲକ୍ଷ ୯୨ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ରହିଛନ୍ତି। ଏମାନଙ୍କ ମଧ୍ୟରେ ୪ ଲକ୍ଷ ୭୦ ହଜାର କ୍ଷୁଦ୍ର ଏବଂ ୬ ଲକ୍ଷ ୨୨ ହଜାର ନାମମାତ୍ର ଚାଷୀ ଖରିଫ ଧାନ ବିକ୍ରି କରିଛନ୍ତି।
୨୦୨୦-୨୧ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ୧୧ ଲକ୍ଷ ୯୧ ହଜାର ଚାଷୀ ଧାନ ବିକ୍ରି କରିଥିବାବେଳେ ୨୦୨୧-୨୨ରେ ୧୨ ଲକ୍ଷ ୯୨ ହଜାର ୭୩୨ ଜଣ ଚାଷୀ ଖରିଫ୍‌ ଧାନ ବିକ୍ରି କରିଛନ୍ତି। ୨୦୧୮-୧୯ ତୁଳନାରେ ୨୦୧୯-୨୦, ୨୦୨୦-୨୧ ଏବଂ ୨୦୨୧-୨୨ ଖରିଫ ବର୍ଷରେ ଧାନ ସଂଗ୍ରହରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଭାଗୀଦାରିତାରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରକାଶ କରିଛନ୍ତି ା ୨୦୧୮-୧୯ରେ ୫ ଲକ୍ଷ ୬୦ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରି କରିଥିବାବେଳେ ୨୦୧୯-୨୦ରେ ୭ ଲକ୍ଷ ୨୨ ହଜାର, ୨୦୨୦-୨୧ରେ ୯ ଲକ୍ଷ ୭ ହଜାର ଏବଂ ୨୦୨୧-୨୨ରେ ୧୦ ଲକ୍ଷ ୯୨ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରୟ କରିଛନ୍ତି। ୨୦୧୮-୧୯ ବର୍ଷର ଖରିଫ୍‌ ଧାନ ସଂଗ୍ରହ ତୁଳନାରେ ୨୦୨୧-୨୨ ଖରିଫ୍‌ ଧାନ ସଂଗ୍ରହରେ ୯୫ ପ୍ରତିଶତ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରୟ କରିଛନ୍ତି ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି ା ସେହିପରି ୨୦୨୦-୨୧ ତୁଳନାରେ ୨୦୨୧-୨୨ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ୨୦ ପ୍ରତିଶତ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରି କରିଛନ୍ତି। ସୂଚନାଯୋଗ୍ୟ, ଅଧିକ ଖରିଫ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବରଗଡ଼, କଳାହାଣ୍ଡି, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ବଲାଙ୍ଗୀର, ସୁନ୍ଦରଗଡ଼, କୋରାପୁଟ ଓ ବାଲେଶ୍ୱର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri