ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ଇମ୍ରାନ ଖାଁଙ୍କ ସମର୍ଥକ ଆଗରେ, ପିଟିଆଇ ୧୧୧, ପିଏମଏଲ ୪୨, ପିପିପି ୨୪

ଇସଲାମାବାଦ,୮।୨: ପାକିସ୍ତାନରେ ସାଧାରଣ ନିର୍ବାଚନ ପାଇଁ ମତଦାନ ଗୁରୁବାର ଶେଷ ହେବା ପରେ ଭୋଟ ଗଣତି ଆରମ୍ଭ ହୋଇଛି। ଆତଙ୍କବାଦୀ ଆକ୍ରମଣକୁ ରୋକିବା ପାଇଁ ସରକାର ମୋବାଇଲ ଏବଂ ଇଣ୍ଟରନେଟ ସେବାକୁ ସ୍ଥଗିତ ରଖିଥିବାରୁ ଏହି ସମୟ ମଧ୍ୟରେ ସଂଯୋଗ ସମସ୍ୟା ରହିଥିଲା। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ସା ୫ଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ଅଂଶଗ୍ରହଣ କରିବାକୁ ପ୍ରାୟ ୧୨ କୋଟି ପଞ୍ଜୀକୃତ ଭୋଟରଙ୍କ ପାଇଁ ଦେଶବ୍ୟାପୀ ସାଧାରଣ ଛୁଟି ଘୋଷଣା କରାଯାଇଥିଲା। ଭୋଟ ଶେଷରେ ବାଧ୍ୟତାମୂଳକ ଏକ ଘଣ୍ଟିଆ ପ୍ରତିବନ୍ଧକ ଅବଧି ପରେ ଭୋଟ ଗଣନା ଆରମ୍ଭ ହେବା ସହିତ ବିଭିନ୍ନ ମତଦାନ କେନ୍ଦ୍ରରୁ ଫଳାଫଳ ଆସିବା ଆରମ୍ଭ କରିଛି। କିନ୍ତୁ ଯେକୌଣସି ନିର୍ବାଚନମଣ୍ଡଳୀର ସମ୍ପୂର୍ଣ୍ଣ ଫଳାଫଳ ଜାଣିବା ପାଇଁ କିଛି ଘଣ୍ଟା ଲାଗିପାରେ।
ପାକିସ୍ତାନର ପ୍ରାରମ୍ଭିକ ଗଣତିରେ ଇମ୍ରାନ ଖାନ ସମର୍ଥକମାନେ ଆଗୁଆ ଅଛନ୍ତି। ୨୬୫ ଆସନ ମଧ୍ୟରୁ ୧୭୭ ଟି ଆସନର ଫଳାଫଲ ସାମ୍ନାକୁ ଆସୁଛି, ଯେଉଁଥିରେ ପିଟିଆଇ ୧୧୧ ଟି ଆସନରେ, ୪୨ ଟିରେ ପିଏମଏଲ ଏବଂ ପିପିପି ୨୪ଟି ସିଟରେ ଆଗରେ ରହିଛି।
ପାକିସ୍ତାନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ କହିଛି ଯେ ଭୋଟ ଗଣନା ଜାରି ରହିଥିବାରୁ ସେଲୁଲାର୍‌ ସେବା ଆଂଶିକ ପୁନଃ ସ୍ଥାପିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri