ଗ୍ୟାସ୍‌ ଦର ହ୍ରାସ ପ୍ରଧାନମନ୍ତ୍ରୀଙ୍କ ରାଖୀ ଉପହାର: ଧର୍ମେନ୍ଦ୍ର

ଭୁବନେଶ୍ୱର, ୩୦।୮(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ରନ୍ଧନ ଗ୍ୟାସ୍‌ର ମୂଲ୍ୟ ହ୍ରାସ ଓ ଅତିରିକ୍ତ ଉଜ୍ଜ୍ୱଳା ହିତାଧିକାରୀ ଯୋଡ଼ିବା ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ମାତୃଶକ୍ତି ତଥା ଦେଶର ମା’ଭଉଣୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ରାଖୀ ଉପହାର ବୋଲି ସେ କହିଛନ୍ତି ।
ଧର୍ମେନ୍ଦ୍ର ଆହୁରି କହିଛନ୍ତି, ଦେଶରେ ଥିବା ୩୩ କୋଟି ଏଲ୍‌ପିଜି ହିତାଧିକାରୀଙ୍କୁ ଗ୍ୟାସ୍‌ ସିଲିଣ୍ଡର ପିଛା ନିର୍ଦ୍ଧାରିତ ମୂଲ୍ୟଠାରୁ ୨୦୦ ଟଙ୍କା କମ୍‌ କରିବା ସଂକ୍ରାନ୍ତୀୟ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ କ୍ୟାବିନେଟ୍‌ରେ ମଞ୍ଜୁରୀ ଦେଇଛନ୍ତି। ସେହିପରି ‘ଆଜାଦୀ କା ଅମୃତ’ ମହୋତ୍ସବ ଅନ୍ତର୍ଗତ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା’ରେ ଅତିରିକ୍ତ ୭୫ ଲକ୍ଷଙ୍କୁ ମାଗଣାରେ ଏଲ୍‌ପିଜି ଗ୍ୟାସ୍‌ ପ୍ରଦାନ କରିବାର ଆଉ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି । ପୂର୍ବ ସରକାରରେ ୨୦୧୪ ସୁଦ୍ଧା ଦେଶରେ ବାସ୍ତବିକ ୧୪ କୋଟି ଏଲ୍‌ପିଜି ହିତାଧିକାରୀ ଥିବା ବେଳେ ଗତ ୯ ବର୍ଷରେ ମୋଦି ସରକାରରେ ଏହି ସଂଖ୍ୟା ବୃଦ୍ଧି ପାଇଁ ୩୩ କୋଟିରେ ପହଞ୍ଚିଛି। ଦେଶରେ ୯ କୋଟି ୬୦ ଲକ୍ଷ ଉଜ୍ଜ୍ୱଳା ଯୋଜନାର ଲାଭାର୍ଥୀ ଥିବାବେଳେ ବର୍ତ୍ତମାନର କ୍ୟାବିନେଟ ନିଷ୍ପତ୍ତି ଦ୍ୱାରା ଉଜ୍ଜ୍ୱଳା ହିତାଧିକାରୀଙ୍କ ସଂଖ୍ୟା ୧୦ କୋଟି ୩୫ ଲକ୍ଷରେ ପହଞ୍ଚିବ। ସାଢେ ୪ ହଜାର କୋଟି ଟଙ୍କାର ଦାୟିତ୍ୱ କେନ୍ଦ୍ର ସରକାର ନେବେ ବୋଲି ସେ କହିଛନ୍ତି। ଗ୍ୟାସ୍‌ ଦର ହ୍ରାସ ନିଷ୍ପତ୍ତି ଲାଗି ପ୍ରଧାନମନ୍ତ୍ରୀଙ୍କୁ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri