Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବା ପରେ ଶିନ୍ଦେଙ୍କ ଗୁମର ଫିଟାଇଦେଲେ ଫଡନଭିସ, ରାଜନୀତିରେ ହଲଚଲ!

ମୁମ୍ବାଇ,୭।୧୨: ମହାରାଷ୍ଟ୍ରରେ ଦୀର୍ଘ ଦିନର ସସପେନ୍ସ ପରେ ଦେବେନ୍ଦ୍ର ଫଡନଭିସ ଶେଷରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶେଷ ଯାଏ ଉପ ମୁଖ୍ୟମନ୍ତ୍ରୀ ପଦ ପାଇଁ ଅରାଜି ଥିବା ଏକନାଥ ଶିନ୍ଦେ, ଅଜିତ ପାୱାରଙ୍କ ସହ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସରକାର ଗଠନରେ ଏତେ ବିଳମ୍ବ ହେତୁ ମହାୟୁତିରେ ସବୁକିଛି ଠିକ ଚାଲିନଥିଲା ବୋଲି କୁହାଯାଉଥିଲା। ଏବଂ ଏକନାଥ ଶିନ୍ଦେ, ଭାଜପା ଉପରେ ଅସନ୍ତୋଷ ଅଛନ୍ତି ବୋଲି କୁହାଯାଉଥିଲା। ଯଦିଓ ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି, ତଥାପି କ୍ୟାବିନେଟ ସମ୍ବନ୍ଧୀୟ ପ୍ରସଙ୍ଗ ଏବେ ବି ଅଟକି ରହିଛି। ତେବେ ମୁଖ୍ୟମନ୍ତ୍ରୀ ହେବା ପରେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଫଡନଭିସ, ଶିନ୍ଦେଙ୍କ ଗୁମର ଖୋଲିଛନ୍ତି।

ଫଡନଭିସ କହିଛନ୍ତି ଯେ, ନୂଆ ସରକାରଙ୍କ ଶପଥ ଗ୍ରହଣରେ ଅଧିକ ବିଳମ୍ବ ହେଇନାହିଁ। ମୋତେ ଲାଗୁନି ଶିନ୍ଦେ କୌଣସି ପ୍ରସଙ୍ଗରେ ରାଗିଛନ୍ତି। ଏକ ଗୋଷ୍ଠୀ ଥିଲେ ଯେଉଁମାନେ ଶିନ୍ଦେଜୀଙ୍କୁ ସମନ୍ବୟ କମିଟିର ସଭାପତି କରିବାକୁ ଚାହୁଁଥିଲେ, କିନ୍ତୁ ଏଥିରେ କୌଣସି ଅସନ୍ତୋଷ ନଥିଲା। ଦିଲ୍ଲୀରେ ଆମର ବୈଠକରେ ସେ ଏହା ସ୍ବୀକାର କରିଛନ୍ତି। ଶେଷରେ ସେ ଏହା ସ୍ବୀକାର କରିଛନ୍ତି ଯେ, ଭାଜପାର ଯଦି ଅଧିକ ବିଧାୟକ ଅଛନ୍ତି ତେବେ ସିଏମ କେବଳ ଭାଜପାରୁ ହେବା ଉଚିତ ବୋଲି ସେ କହିଛନ୍ତି।

ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁ ନାହାଁନ୍ତି କି ନାହିଁ ପ୍ରଶ୍ନର ଉତ୍ତରରେ ସିଏମ ଫଡନଭିସ କହିଛନ୍ତି ଯେ, ଯଦି ଦଳର ମୁଖିଆ ସରକାର ବାହାରେ ହେବେ, ତେବେ ଦଳ ଠିକ ଭାବରେ ଚାଲିପାରିବ ନାହିଁ। ଶିନ୍ଦେଙ୍କୁ ଏ ସମ୍ପର୍କରେ ମୁଁ ବୁଝାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri