ଆଗକୁ ବଢ଼ୁନି ମୌସୁମୀ, ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୧ା୬(ଅସମାପିକା ସାହୁ):ମୌସୁମୀ ପ୍ରବେଶ ସତ୍ତ୍ୱେ ରାଜ୍ୟରେ ବର୍ଷା ନାହିଁ। ଅସହ୍ୟ ତାତି ସହ ଗୁଳୁଗୁଳି ଲାଗିରହିଛି। ସୋମବାର ୨୦ ସହରର ତାପମାତ୍ରା ୪୦ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିବାବେଳେ ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବା ପାଇଁ ଅନୁକୂଳ ସ୍ଥିତି ନାହିଁ। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ବି ମୌସୁମୀ ଆଗକୁ ବଢ଼ି ନ ପାରେ। ଏବେ ଉତ୍ତର ପଶ୍ଚିମ ଦିଗରୁ ପବନ ବହୁଛି। ତେଣୁ ଗ୍ରୀଷ୍ମ ପ୍ରବାହ ସହିତ ଗୁଳୁଗୁଳି ଅନୁଭୂତି ହେଉଛି। ଆଉ ୫ଦିନ ଯାଏ ଉତ୍ତର ସହ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ୨ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୂତ ହେବ ଓ ବାଲେଶ୍ୱର, ନୟାଗଡ଼, ଜଗତ୍‌ସିଂହପୁର, ଖୋର୍ଦ୍ଧା ଜିଲାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ନୂଆପଡ଼ା, ବଲାଙ୍ଗୀର, ଗଜପତି, ଗଞ୍ଜାମ ଜିଲାରେ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ରହିଥିବା ମନୋରମା କହିଛନ୍ତି। ବିଭାଗର ସୂଚନାନୁସାରେ, ସୋମବାର ନୂଆପଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏହା ତଳକୁ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ପାରଳାଖେମୁଣ୍ଡି ୪୨.୪, ବଲାଙ୍ଗୀର ୪୨.୨, ବାରିପଦା ୪୨, ନୟାଗଡ଼ ୪୧.୭, ଝାରସୁଗୁଡ଼ା, ତାଳଚେର ଓ ସମ୍ବଲପୁରରେ ୪୧.୬, ବରଗଡ଼ ଓ ଢେଙ୍କାନାଳରେ ୪୧.୨, ଅନୁଗୋଳ ୪୧.୧, ଟିଟିଲାଗଡ଼, ଖୋର୍ଦ୍ଧା ଓ ରାଉରକେଲାରେ ୪୧, ସୋନପୁର ୪୦.୬, ବାଲେଶ୍ୱର ୪୦.୫, ହୀରାକୁଦ ୪୦.୧, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ରହିଥିଲା।
ସୂଚନାଯୋଗ୍ୟ, ନିର୍ଦ୍ଧାରିତ ସମୟ ପୂର୍ବରୁ ରାଜ୍ୟକୁ ଗତ ୮ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିଲା। ମାଲକାନଗିରି ଜିଲାରେ ମୌସୁମୀ ପ୍ରବେଶ କରିସାରିଥିବାବେଳେ ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ଏହା ସକ୍ରିୟ ରହିବ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିଲା। କିନ୍ତୁ ଏବେ ରାଜ୍ୟରେ ମୌସୁମୀ ଆଗକୁ ଅଗ୍ରସର ହେଉନାହିଁ। ତେଣୁ ୧୫ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ରହିବା ପାଇଁ କୁହାଯାଇଛି। ମଙ୍ଗଳବାର ବାଲେଶ୍ୱର, ଜଗତ୍‌ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ନୂଆପଡ଼ା, ବଲାଙ୍ଗୀର, ଗଜପତି, ଗଞ୍ଜାମ, ବୌଦ୍ଧ, ଝାରସୁଗୁଡ଼ା ଜିଲାକୁ ଗ୍ରୀଷ୍ମ ପ୍ରବାହ ଏବଂ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ପୁରୀ ଜିଲାକୁ ଉଷ୍ମ ଆର୍ଦ୍ର ପାଣିପାଗ ବା ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri