ଶୀତ ବଢ଼ିଲେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମୁଛି। କିନ୍ତୁ ମୃତ୍ୟୁ ସଂଖ୍ୟା କମୁନାହିଁ। ଅନେକ ରୋଗରେ ପୀଡ଼ିତ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହୁଛି। କୋଭିଡ୍‌-୧୯ ଭୂତାଣୁ ଶରୀରରେ ଥିବା ସମୟରେ ଅନ୍ୟ ରୋଗସବୁ ବଢ଼ି ଯାଉଛି। ଫଳରେ ରୋଗୀର ମୃତ୍ୟୁ ଘଟୁଛି। ପାର୍ବଣ ପାଖେଇ ଆସୁଛି, ଆଗକୁ ଶୀତ ମଧ୍ୟ ଆସୁଛି। ଏହି ସମୟରେ ସଜାଗ ନ ହେଲେ ସଂକ୍ରମଣ ଅଧିକ ହେବା ଆଶଙ୍କା ରହିଛି। ତେବେ ଶୀତ ବଢ଼ିଲେ କରୋନା ବଢ଼ିବା ସମ୍ଭାବନା ରହିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଇତିମଧ୍ୟରେ ଶେଷ ୨୪ ଘଣ୍ଟାରେ କରୋନା ମହାମାରୀ ଆଉ ୧୩ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜରୁ ୪ଜଣ ଥିବାବେଳେ ପୁରୀରୁ ୩, ଭୁବନେଶ୍ୱରରୁ ୨, ଅନୁଗୋଳ, ନୂଆପଡ଼ା, ବଲାଙ୍ଗୀର ଓ ବାଲେଶ୍ୱରରୁ ଜଣେ ଲେଖାଏ ରହିଛନ୍ତି। ଫଳରେ ରାଜ୍ୟରେ ଏବେ କରୋନା ମୃତ୍ୟୁ ସଂଖ୍ୟା ୧,୧୮୧କୁ ବୃଦ୍ଧି ପାଇଛି।
ସେପଟେ ରାଜ୍ୟରେ ୧,୯୩୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧,୧୨୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଓ ୮୧୧ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୨୭୩ଜଣ ଚିହ୍ନଟ ହୋଇଥିବାବେଳେ କଟକ ୧୫୩, ଅନୁଗୋଳ ୧୨୦, ସୁନ୍ଦରଗଡ଼ରୁ ୧୦୪ଜଣ ରହିଛନ୍ତି। ଅନ୍ୟସବୁ ଜିଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳକୁ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୪,୧୮୧ରେ ପହଞ୍ଚତ୍ଛି। ସେହିଭଳି ଆଉ ୨,୭୧୬ ଆକ୍ରାନ୍ତ କରୋନାରୁ ମୁକ୍ତ ହୋଇଛନ୍ତି। ଫଳରେ ଆରୋଗ୍ୟ ସଂଖ୍ୟା ୨,୫୪,୯୧୩ ଛୁଇଁଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri