୫କି.ମି. ଖଟିଆରେ ବୁହା ହେଲେ ଗର୍ଭବତୀ

ଆର.ଉଦୟଗିରି,୧୫ା୯(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ପୁରୁଣାପାଣି ଗ୍ରାମ ପଞ୍ଚାୟତ କୁମୁଟିକଙ୍କାଳ ଗ୍ରାମକୁ ରାସ୍ତାଟିଏ ନ ଥିବାରୁ ପୁଣି ଜଣେ ଗର୍ଭବତୀଙ୍କୁ ଖଟିଆରେ ୫ କିମି ବୁହା ହୋଇ ଡାକ୍ତରଖାନାକୁ ନିଆଯାଇଛି। କୁମୁଟିକଙ୍କାଳ ଗ୍ରାମର ଉଆଳି ମଲ୍ଲିକଙ୍କ ସ୍ତ୍ରୀ ଲଳିତ ୮ ମାସର ଗର୍ଭବତୀ ଅଛନ୍ତି। ମଙ୍ଗଳବାର ଲଳିତାଙ୍କ ଗର୍ଭଜନିତ ଯନ୍ତ୍ରଣା ଓ ବେଦନା ହୋଇଥିଲା। ଗ୍ରାମବାସୀ ଓ ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ କୁମୁଟିକଙ୍କାଳ ଗ୍ରାମକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଗ୍ରାମଠାରୁ ୫ କିମି ଦୂର ବଡ଼ପଦା ଗ୍ରାମ ରାସ୍ତାରେ ଆମ୍ବୁଲାନ୍ସ ରହିଲା। ଆମ୍ବୁଲାନ୍ସ ଡ୍ରାଇଭରଙ୍କ କଥାନୁଯାୟୀ ଗ୍ରାମବାସୀ ଓ ପରିବାର ଲଳିତାଙ୍କୁ ଖଟରେ ବୋହି ୫ କିମି ରାସ୍ତା ପାଦଚଲାରେ ଯାଇ ଆମ୍ବୁଲାନ୍ସ ନିକଟରେ ପହଞ୍ଚତ୍ଥିଲେ। ପରେ ଆମ୍ବୁଲାନ୍ସ ଦ୍ୱାରା ଗର୍ଭବତୀଙ୍କୁ ଗଞ୍ଜାମ ଜିଲାର ଡେଙ୍ଗାଓସ୍ତା ଗ୍ରାମରେ ଥିବା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଦିନ ଦ୍ୱିପ୍ରହରେ ହେଲମେଟ୍‌ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି…

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ…

ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ

ପୁରୀ,୨୭ା୨(ଅଜିତ୍‌ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍‌ରେ ହେବାକୁ ଥିବା କନ୍‌ଟେମ୍ପରାରି ଭେନିସ୍‌-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ।…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri