Posted inଫୁରସତ

ବସ୍‌ରେ ଚଢ଼ିବା ପାଇଁ ଜାଗା ନ ମିଳିବାରୁ ଝରକା ଦେଇ ପଶିଲେ ମହିଳା, ଭିଡିଓ ଦେଖିଲେ ହସିହସି ଗଡ଼ିବେ

କୌଣସି ପୂଜାପାର୍ବଣ ଥିଲେ ଗାଡ଼ିମୋଟରରେ ଯାତ୍ରା କରିବା ଅସୁବିଧା ହୋଇଥାଏ। କାରଣ ଏହି ସମୟରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥାଏ। ଭିଡ଼ ସତ୍ତ୍ୱେ ଲୋକେ ଗାଡ଼ିରେ କିଏ ଆଗ ଚଢ଼ିବ ଯେମିତି ସେନେଇ ପ୍ରତିଯୋଗିତା କରିଥାନ୍ତି। କିଛି ଲୋକ ଏହି ଭିଡ଼ରୁ ରକ୍ଷା ପାଇବା ପାଇଁ ନିଜର ବୁଦ୍ଧି ଆଉ କୌଶଳ ଖଟାଇଥାନ୍ତି। ଏବେ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ହସିହସି ଗଡ଼ିବେ।

ଏହି ଭିଡିସଟି @HasnaZaruriHai ନାମକ ‘X’ ଆକାଉଣ୍ଟରେ ଶେୟାର କରାଯାଇଛି। ଭିଡିଓ ଆରମ୍ଭରେ ୟୁପି ରୋଡ୍‌ରେ ଏକ ବସ ଷ୍ଟାଣ୍ଡରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ବାହାରେ ବହୁ ସଂଖ୍ୟାରେ ଲୋକ ସେମାନଙ୍କ ପ୍ରବେଶକୁ ଅପେକ୍ଷା କରିଥିବାର ନଜର ଆସିଛନ୍ତ। ଏହି ସମୟରେ ଶାଢ଼ି ପିନ୍ଧିଥିବା ଜଣେ ମହିଳା ଝରକା ଦେଇ ବସ୍‌ ଭିତରକୁ ଯାଉଥିବା ନଜର ଆସିଛନ୍ତି। ଭିଡିଓରେ ଆପଣ ଦେଖିବେ ମହିଳା ଜଣକ ପ୍ରଥମେ ତାଙ୍କ ଚପଲ କାଢ଼ି ବସ୍‌ ଭିତରେ ଥିବା ଜଣେ ବ୍ୟକ୍ତିଙ୍କୁ ଦେଉଛନ୍ତି ଏବଂ ପରେ ଉକ୍ତ ବ୍ୟକ୍ତି ମହିଳାଙ୍କ ହାତ ଧରି ଝରକା ଦେଇ ବସ୍‌ ଭିତରକୁ ଟାଣି ନେଉଥିବାର ଦେଖାଯାଏ।

ଭିଡିଓ ଶେୟାର କରି ଏଥିରେ କ୍ୟାପ୍‌ଶନରେ ଲେଖାଯାଇଛି, ‘ମୁଁ ମୋର ଭାବି ସ୍ତ୍ରୀଙ୍କୁ’ ଏହାଠାରୁ ଅଧିକ ଭଲ ପାଇବି ଏବଂ ସମର୍ଥନ କରିବି, ଥରେ ମୁଁ ତାଙ୍କୁ ଭେଟିବି।’ ୨୨ ସେକେଣ୍ଡର ଏହି ଭିଡିଓକୁ ୨ ହଜାରରୁ ଅଧିକ ଲୋକ ପସନ୍ଦ କରିଥିବା ବେଳେ ଅନେକ ୟୁଜର ଏହା ଉପରେ ବିଭିନ୍ନ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ‘ଏହି ପଦ୍ଧତି ଠିକ୍‌ ନୁହେଁ।’ ଅନ୍ୟ ଜଣେ ଲେଖିଛନ୍ତି, ‘ନିଶ୍ଚିତ ଭାବେ ଏହା ଭାଇ ପାଇବ।’


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri