ନିର୍ବାଚନ ପୂର୍ବରୁ ଗୋଟେ କଥା, ଶାସନକୁ ଆସିବା ପରେ ଦ୍ୱନ୍ଦ୍ୱ ସୃଷ୍ଟି….

ଭୁବନେଶ୍ୱର, ୧୭।୯(ସୁନିତ୍‌ ମିଶ୍ର): ବର୍ତ୍ତମାନ ରାଜ୍ୟ ସରକାର ସୁଭଦ୍ରା ଯୋଜନାକୁ ନେଇ ବେଶ୍‌ ଉତ୍ସାହିତ। ଏହାର ପ୍ରଚାର ପ୍ରସାର ପାଇଁ ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ମାତ୍ର ବାସ୍ତବରେ ଏହା ଭାଜପା ସରକାରର ଆଉ ଏକ ଜୁମ୍‌ଲା। କାରଣ ନିର୍ବାଚନ ପୂର୍ବରୁ ଭାଜପାର ନେତାମାନେ କହିଥିଲେ, ଓଡ଼ିଶାରେ ଯଦି ଭାଜପା କ୍ଷମତାକୁ ଆସେ ତେବେ ତୁରନ୍ତ ରାଜ୍ୟର ସମସ୍ତ ମହିଳାଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। କିନ୍ତୁ କ୍ଷମତାକୁ ଆସିବା ପରେ ଭାଜପା ସରକାର ସୁଭଦ୍ରା ଯୋଜନାକୁ ନେଇ ଏମିତି ଦ୍ୱନ୍ଦ୍ୱ ସୃଷ୍ଟି କଲେ ଯେ ତାହା ଏ ପର୍ଯ୍ୟନ୍ତ ମଧ୍ୟ ଲୋକଙ୍କ ପାଇଁ ଅବୁଝା ରହିଛି। ସେହିପରି ଓଡ଼ିଆ ଅସ୍ମିତା କଥା କହି କ୍ଷମତାକୁ ଆସିଥିବା ସରକାର ବର୍ତ୍ତମାନ ଓଡ଼ିଶାରେ ଗୁଜରାଟ ମଡ଼େଲ ଚଲାଇଛନ୍ତି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ଅଣଓଡ଼ିଆ ଅଫିସରଙ୍କୁ ବସାଇ ଓଡ଼ିଆ ଅସ୍ମିତାକୁ ଧୂଳିସାତ କରିବାକୁ ଯୋଜନା କରିଛନ୍ତି। ଗୋପାଳପୁର ବନ୍ଦରକୁ ଆଦାନୀକୁ ପ୍ରଦାନ କରି ରାଜ୍ୟର ମୋହନ ସରକାର ନିଜକୁ ମୋଦାନୀ ସରକାର ପରିଚୟ ଦେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ ଷ୍ଟିୟରିଂ କମିଟି ସଦସ୍ୟ ବିଶ୍ୱରଞ୍ଜନ ମହାନ୍ତି କହିଛନ୍ତି।
କଂଗ୍ରେସ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱରଞ୍ଜନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭାଜପା ସରକାର ପ୍ରଥମେ ରଥଯାତ୍ରାରେ ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଏହାପରେ ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ଏହି ଅର୍ଥ ଦିଆଯିବ ବୋଲି କହିଲେ। ମାତ୍ର ଏବେ ଏହି ଦୁଇ ଦିବସଠାରୁ ଅଧିକ ଶୁଭଦିନ ଭାବି ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଏହି ଅର୍ଥ ଦେବାକୁ ଯାଉଛନ୍ତି। ନିର୍ବାଚନ ପୂର୍ବରୁ ସମସ୍ତ ମହିଳାଙ୍କୁ ତୁରନ୍ତ ୫୦ ହଜାର ଟଙ୍କା ଦେବାକୁ କହିଥିଲେ। ମାତ୍ର କ୍ଷମତାକୁ ଆସିବା ପରେ ୨ ବର୍ଷରେ ଏହି ଅର୍ଥ ପ୍ରଦାନ କରିବେ ବୋଲି କହିଲେ। ଏବେ ପୁଣି ୫ ବର୍ଷରେ ଦେବେ ବୋଲି କହିଛନ୍ତି। ଏମିତି ହିସାବରେ ଜଣେ ମହିଳା ମାସକୁ ମାତ୍ର ୮୩୩ ଟଙ୍କା ତଥା ଦିନକୁ ୨୭ ଟଙ୍କା ପାଇବେ। ଏହି ଅର୍ଥରେ ଜଣେ ମହିଳା କି ପ୍ରକାର ଉଦ୍ୟୋଗ ଗଢ଼ିବେ ଏବଂ ସଶକ୍ତ ହେବେ ବୋଲି ବିଶ୍ୱରଞ୍ଜନ ପ୍ରଶ୍ନ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri