ଗର୍ଜିଲେ ଆଶାକର୍ମୀ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଛତ୍ରପୁର,୧୪।୧୦(ଦିଲ୍ଲୀପ ସାମଲ): ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ, ଔଷଧ ବିତରଣ, ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସମ୍ମାନ ଜନକ ସ୍ଥାୟୀ ବେତନ ଓ ଭତ୍ତା ପ୍ରଦାନ କରାଯାଇ ନାହିଁ।

ଏନେଇ ସୋମବାର ଭାରତୀୟ ମଜଦୂର ସଂଘର ଅନୁବନ୍ଧିତ ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲାଶାଖା ପକ୍ଷରୁ ୭ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଜାତୀୟ ସ୍ବାସ୍ଥ୍ୟ ମିଶନକୁ ସ୍ଥାୟୀ କରାଯାଉ। ଆଶା କର୍ମଚାରୀମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ କରିବା, ଯେ ପର୍ଯ୍ୟନ୍ତ ସରକାରୀ ମାନ୍ୟତା ଦିଆଯାଇ ନାହିଁ, ସେମାନଙ୍କୁ ମାସିକ ୧୮ ହଜାର ଟଙ୍କା ପ୍ରଦାନ କରାଯାଉ, ଆଶାକର୍ମୀ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦେବା, ଅବସର ଆଶା କର୍ମୀଙ୍କୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇ, ମାସିକ ୫ ହଜାର ପେନ୍‌ସନ ଦିଆଯାଉ,
ସବୁ ପିଏଚସି, ସିଏଚସିରେ ଆଶା ଗୃହ ନିର୍ମାଣ କରାଯାଉ ଏବଂ ଆଶା କର୍ମୀ ମାନଙ୍କୁ ଯାତାୟାତ ନିମିତ୍ତ ବିନା ସୁଧରେ ସ୍କୁଟି ଯୋଗାଇଦେବା ନିମନ୍ତେ ଉକ୍ତ ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି।

ଏହା ସହିତ ସେମାନେ କହିଛନ୍ତି ଯେ, ଆଶା କର୍ମଚାରୀଙ୍କ ସହଯୋଗରେ ସମଗ୍ର ଦେଶରେ ସ୍ବାସ୍ଥ୍ୟ କ୍ଷେତ୍ରରେ କ୍ରାନ୍ତିକାରୀ ପରିବର୍ତ୍ତନ ଦେଖିବାକୁ ମିଳୁଛି ଯାହା କୁ ବିଶ ସ୍ବାସ୍ଥ୍ୟ ସଂଗଠନ ମଧ୍ୟ ପ୍ରଶଂସା କରିଛି। ଆଶା କର୍ମଚାରୀଙ୍କ ଦ୍ବାରା ସହଜରେ ଅପହଞ୍ଚ ସ୍ଥାନରେ ସ୍ବାସ୍ଥ୍ୟ ସୁବିଧାଗୁଡ଼ିକ ଲାଭ ପହଁଚି ପାରିଛି। ସେମାନଙ୍କର କାର୍ଯ୍ୟକୁ ପ୍ରଶଂସା କରି ଉଭୟ ସରକାର ଏବଂ ସମାଜ ସେମାନଙ୍କୁ ସ୍ବାସ୍ଥ୍ୟ ବିଭାଗର ମେରୁଦଣ୍ଡ ବୋଲି ବିବେଚନା କରନ୍ତି। କିନ୍ତୁ ଏହା ମଧ୍ୟ ସତ୍ୟ ଯେ ସରକାର ସେମାନଙ୍କର ଜୀବିକା ଏବଂ ପରିବାରର ରକ୍ଷଣାବେକ୍ଷଣ ପ୍ରତି ଉପଯୁକ୍ତ ଧ୍ୟାନ ଦେଉନାହାଁନ୍ତି । କୋଭିଡ ସମୟରେ ଆଶା କର୍ମଚାରୀମାନେ ନିଜ ଜୀବନକୁ ବାଜି ଲଗେଇ କାମ କରିଛନ୍ତି। ସମ୍ପୂର୍ଣ୍ଣ ସଜୋଟତା ଏବଂ ନିଷ୍ଠା ସହିତ ସରକାରଙ୍କ ଆଦେଶ ପାଳନ କରି ନିଜକୁ ବିପଦରେ ପକାଇ ସମାଜକୁ କୋଭିଡରୁ ରକ୍ଷା କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ, ଏଣୁ ଆଶା କର୍ମଚାରୀଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ପାଇଁ ସେମାନେ ଦାବି କରିଛନ୍ତି, ଏହି ସ୍ମାରକ ପତ୍ର ପ୍ରଦାନ ବେଳେ ଭାରତୀୟ ମଜଦୁର ସଂଘର ଗଞ୍ଜାମ ଜିଲା ସମ୍ପାଦକ ଅର୍ଜୁନ ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲିଙ୍ଗରାଜ ସାହୁ, ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲ୍ଲା ଶାଖାର ସମ୍ପାଦିକା ବବିତା ରାଉତଙ୍କ ସମେତ ବହୁ ଆଶା କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?