ଯୋଗୀଙ୍କ ବାର୍ତ୍ତାରେ କମ୍ପିଲା ପାକିସ୍ତାନ, ୟୁପି ଏନକାଉଣ୍ଟର ପରେ ସୀମାରେ ପ୍ରଭାବ

ଲକ୍ଷ୍ନୌ/ଇସଲାମାବାଦ,୧୪।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଆକ୍ସନକୁ ନେଇ ନା କେବଳ ମାଫିଆ ଭୟ କରି ଯାଉଛନ୍ତି ବରଂ ଏହାର ପ୍ରଭାବ ପଡୋଶୀ ଦେଶ ପାକିସ୍ତାନ ଉପରେ ପଡୁଥିବା ଦେଖାଯାଇଛି। ଭାରତରେ ଯେଉଁଭଳି ଭାବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଆକ୍ସନ ମାଫିଆଙ୍କ ବିରୋଧରେ ଯାଉଛି ଏଥିରେ ପଡୋଶୀ ଦେଶ ବି ହଡବଡେଇ ଯାଇଛି।
ଏପ୍ରିଲ ୧୩ରେ ମଧ୍ୟ ପ୍ରଦେଶର ଝାନ୍ସିରେ ଉମେଶ ପାଲ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅସଦଙ୍କୁ ଉତ୍ତର ପ୍ରଦେଶ ଏସଟିଏଫ ଯେଉଁଭଳି ଭାବେ ଏନକାଉଣ୍ଟର କଲା ତାହା ସମସ୍ତଙ୍କୁ ଚମକାଇ ଦେଇଛି। ଅସଦ ଉତ୍ତର ପ୍ରଦେଶର ମାଫିଆ ଅତିକ ଅହମଦଙ୍କ ପୁଅ। ଏହା ପୂର୍ବରୁ ଯୋଗୀ ସବୁବେଳେ କହି ଆସୁଛନ୍ତି କି ତାଙ୍କର ଲକ୍ଷ୍ୟ ୟୁପିରୁ ମାଫିଆଙ୍କୁ ସଫା କରିବା। ଅସଦଙ୍କ ଏନକାଉଣ୍ଟର ପରେ ତାଙ୍କର କନେକ୍ସନ ପାକିସ୍ତାନ ସହ ଯୋଡି ଦେଖାଯାଉଛି।
ଏନକାଉଣ୍ଟର ପରେ ଅସଦଙ୍କଠାରୁ ଯେଉଁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ତାହା ପାକିସ୍ତାନରୁ ଆସିଥିବା ପୋଲିସ କହିଛି। ଏହା ଡ୍ରୋନ ଯୋଗେ ଭାରତ ଆସିଥିବା କୁହାଯାଉଛି। ଏହାର ସବୁଠାରୁ ବଡ କ୍ରେତା ଅତିକ ଥିବା କୁହାଯାଉଛି। ମାଫିଆ ଅତିକଙ୍କ ଉପରେ ଆକ୍ସନ ନିଆଯିବା ପରେ ଏବେ ପଡୋଶୀ ଦେଶ ପାକିସ୍ତାନର ହୋସ ଉଡିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର…

କ୍ଷମତା ଚାଲିଯିବା ପରେ ଏ କେମିତି ଅବସ୍ଥା! ଖଟ ତଳେ ଲୁଚିଥିଲେ ଟିଏମସି ନେତା, ହଠାତ୍‌ ପହଞ୍ଚିଲା ପୋଲିସ, ଭିଡିଓ ଦେଖନ୍ତୁ…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ରାଜନୀତିରେ ପ୍ରତିଦିନ କିଛି ନା କିଛି ନୂଆ ହାଇଡ୍ରାମା ଦେଖିବାକୁ ମିଳୁଛି। ବର୍ତ୍ତମାନ କୁଚବିହାର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଗିରଫ ହେବେ ଖାନ୍‌ ସାର? କୋଚିଂ ସେଣ୍ଟରରେ ଫାୟାରିଂକୁ ନେଇ ସୁରକ୍ଷାକର୍ମୀଙ୍କ ସାଂଘାତିକ ଖୁଲାସା

ପାଟନା,୪।୬: ପାଟନାରୁ ଏହି ସମୟର ଏକ ବଡ଼ ଖବର ସାମ୍ନାକୁ ଆସୁଛି, ଯେଉଁଠାରେ ଏଜୁକେଟର ଖାନ ସାର୍‌ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସୂଚନା ଅନୁଯାୟୀ,…

ଘେରିଲେଣି ବିରୋଧି, କହିଲେ ନିଶାନ୍ତ କାହିଁକି ‘ନିରବ’? ମୁଜାଫରପୁର ହସ୍ପିଟାଲ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ପରେ…

ପାଟନା,୪।୬: ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ଘଟିଥିବା ଏକ ଭୟଙ୍କର ଅଗ୍ନିକାଣ୍ଡ ବିହାରର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ICU ଅଗ୍ନିକାଣ୍ଡରେ ପାଞ୍ଚ ଜଣ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ଅକ୍ଟୋବର ୧ରୁ ଏସବୁ ଗାଡ଼ିକୁ ମିଳିବନି ପେଟ୍ରୋଲ-ଡିଜେଲ କି CNG, ନୂଆ ନିୟମ ଲାଗୁ

ନୂଆଦିଲ୍ଲୀ,୪।୬: ରାଷ୍ଟ୍ରୀୟ ରାଜଧାନୀ କ୍ଷେତ୍ର (NCR) ରେ ବାୟୁ ପ୍ରଦୂଷଣ ବିରୋଧରେ ଏକ ର୍ନିଣ୍ଣାୟକ ଏବଂ ବଡ଼ ପଦକ୍ଷେପ ଗ୍ରହଣ କରି ରାଜ୍ୟ ସରକାର ‘No PUCC,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri