Posted inଜାତୀୟ

ନୁପୁରଙ୍କ ଗିରଫ ଦାବି କଲେ ଓଓ୍ବାଇସି

ନୂଆଦିଲ୍ଲୀ,୬।୬: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଭାଜପା ମୁଖପାତ୍ର ନୁପୁର ଶର୍ମାଙ୍କ ବିବାଦୀୟ ବିବୃତ୍ତିକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ଗୋଟିଏ ପଟେ ଆରବ ଦେଶଗୁଡିକ ଭାଜପା ବିରୋଧରେ ମୋର୍ଚ୍ଚା ଖୋଲିଥିବାବେଳେ, ଏବେ ବିରୋଧୀ ମଧ୍ୟ ଭାଜପାକୁ ଟାର୍ଗେଟ କରିଛନ୍ତି। ଏହି କ୍ରମରେ, ଅଲ ଇଣ୍ଡିଆ ମଜଲିସ-ଇ-ଇତେହଦ-ଉଲ ମୁସଲିମିନର ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ସାମିଲ ହୋଇଛନ୍ତି। ସେ କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ପ୍ରଶ୍ନ ଉଠାଇ ନୁପୁରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଓୱାଇସି କହିଛନ୍ତି ଯେ, ୧୦ ଦିନ ହେବ ଏହି ପ୍ରସଙ୍ଗରେ ସରକାର ଆମ କଥା ଶୁଣି ନ ଥିଲେ, ଯେତେବେଳେ ଗଲ୍ଫ ଦେଶରୁ ଏହି ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରାଯାଇଥିଲା, ସେତେବେଳେ ଭାଜପା ଧ୍ୟାନ ଦେଇ ନୁପୁରଙ୍କୁ ଦଳରୁ ନିଲମ୍ବିତ କରିଥିଲା। ପ୍ରଧାନମନ୍ତ୍ରୀ ମୋଦି ମୁସଲମାନଙ୍କ ଦୁଃଖ ଶୁଣିବା ଉଚିତ୍‌। ସେମାନେ କାହିଁକି ଆମ କଥା ଶୁଣନ୍ତି ନାହିଁ? ନୁପୁରଙ୍କୁ ଗିରଫ କରାଯିବା ଉଚିତ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଏକ ଟିଭି ଡିବେଟରେ ନୁପୁର ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ଗତ ଶୁକ୍ରବାର କାନପୁରରେ ସାମ୍ପ୍ରଦାୟିକ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ନୁପୁର ଶର୍ମାଙ୍କ ବୟାନକୁ ବିରୋଧ କରି କାନପୁରର ଏକ ମୁସଲମାନ ସଙ୍ଗଠନ ବନ୍ଦ ଡାକରା ଦେବା ସହ ଦୁଇ ଗୋଷ୍ଠୀ ମଧ୍ୟରେ ଢେଲାପଥର ମାଡ ହୋଇଥିଲା। ଫଳରେ ଉଭୟ ଗୋଷ୍ଠୀର ୪୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିଲେ। ରବିବାର ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri