Posted inଜାତୀୟ

କଂଗ୍ରେସକୁ ‘ବ୍ୟାଣ୍ଡ-ବାଜା’ ପାର୍ଟି କହିଲେ ଓୱାଇସି

କୋଲକାତା,୩୧ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୈତିକ ପାଣିପାଗ ସରଗରମ ହେଲାଣି । ଏଆଇଏମ୍‌ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା)ର ଟିମ୍ ବୋଲି କୁହାଯିବା ପରେ ରବିବାର କଂଗ୍ରେସ ଉପରେ ସେ ଖୁବ୍ ବର୍ଷିଛନ୍ତି । ଅସଦୁଦ୍ଦିନ କହିଛନ୍ତି ଯେବେଠାରୁ ଆମେ ପଶ୍ଚିମବଙ୍ଗ ନିର୍ବାଚନ ଲଢିବା କଥା ଘୋଷଣା କରିଛୁ ବ୍ୟାଣ୍ଡ ବାଜା ପାର୍ଟି ଯାହା ପୂର୍ବରୁ କଂଗ୍ରେସ ପାର୍ଟି ଭାବେ ପରିଚିତ ଥିଲା ଏବେ କହୁଛି କି ଆମେ ଭାଜପାର ଟିମ୍ । ମମତା ବାନାର୍ଜୀ ବି ଏମିତି କଥା କହୁଛନ୍ତି । ତେଣୁ ମୁଁ କ’ଣ କେବଳ ଜଣେ ରହିଛି ଯାହା ବିଷୟରେ ଏମାନେ ଆଲୋଚନା କରୁଛନ୍ତି ବୋଲି ଓୱାଇସି ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ମୁଁ କାହାର ବା କୌଣସି ଦଳର ନୁହେଁ ବରଂ ଜନତାଙ୍କର । ସୂଚନାଯୋଗ୍ୟ, ଅସଦୁଦ୍ଦିନ ଓୱାଇସି କର୍ନାଟକ ଗସ୍ତରେ ଅଛନ୍ତି । କଳବୁର୍ଗି ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମଧ୍ୟ ବର୍ଷିଛନ୍ତି । ସେ କହିଛନ୍ତି ଗୋଟିଏ ପଟେ ମୋଦି ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି ଅନ୍ୟପଟେ ଗାନ୍ଧୀଙ୍କ ହତ୍ୟାର ଷଡଯନ୍ତ୍ର କରିଥିବା ସାୱରକରଙ୍କ ପୂଜା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri