Posted inଜାତୀୟ

ବିଆରଏସ୍‌ ଏମ୍‌ପିଙ୍କ ଉପରେ ଆକମ୍ରଣକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ଓୱାଇସି

ନୂଆଦିଲ୍ଲୀ,୩୦।୧୦: ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌) ଏମ୍‌ପି କେ. ପ୍ରଭାକର ରେଡ୍ଡୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ବୟାନବାଜି ଜାରି ରହିଛି। ଏହି ସମୟରେ ଅଲ ଇଣ୍ଡିଆ ମଜଲିସ-ଇ-ମୁସଲିମିନ(ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ସୋମବାର ଅଭିଯୋଗ କରିଛନ୍ତି, ଏହା ପଛରେ କଂଗ୍ରେସ ଏବଂ ଆରଏସଏସ ଅଛନ୍ତି।

ହାଇଦ୍ରାବାଦ ଏମ୍‌ପି ଅସଦୁଦ୍ଦିନ ଓୱାଇସି ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ସାମ୍ନାରେ ପ୍ରେମର ଦୋକାନ ଏବଂ ପଛରେ ଅପମାନ। କଂଗ୍ରେସ ଏବଂ ଆରଏସଏସର ଲୋକଙ୍କ ପ୍ରଭାକର ରେଡ୍ଡୀଙ୍କୁ ଭୟଭୀତ କରିବାର ପ୍ରୟାସ ଏକ ନିନ୍ଦନୀୟ ପ୍ରୟାସ।

ଓୱାଇସି ଆହୁରି ମଧ୍ୟ କହିଛନ୍ତି, ରାହୁଲ ଗାନ୍ଧୀ, ୧୯୮୪ ଶିଖ ବିରୋଧୀ ହତ୍ୟାକାଣ୍ଡର ଏକ ଦୁର୍ଭାଗ୍ୟଜନକ ସ୍ମୃତି ଯାହା କଂଗ୍ରେସ ଶାସନ ସମୟରେ ଅକ୍ଟୋବର ୩୧ରେ ଆରମ୍ଭ ହୋଇଥିଲା। ମୋର ଶୁଭେଚ୍ଛା ରେଡ୍ଡି ସାହେବଙ୍କ ସହିତ ଅଛି। ଆଶା କରୁଛି ସେ ଶୀଘ୍ର ଫେରି ଆସିବେ। ସୂଚନାଯୋଗ୍ୟ, ପ୍ରଭାକର ରେଡ୍ଡୀଙ୍କ ଉପରେ ପ୍ରଚାର ସମୟରେ ଜଣେ ବ୍ୟକ୍ତି ଛୁରୀରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri