Posted inଜାତୀୟ

‘ପ୍ରଧାନମନ୍ତ୍ରୀ କହୁଥିଲେ ଘରେ ପଶି ମାରିବୁ, ହେଲେ…’ ମୋଦିଙ୍କୁ ଟାର୍ଗେଟ କଲେ ଓୱେସି

ଶ୍ରୀନଗର, ୧୬।୦୭: ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସବୁଦ୍ଦିନ ଓୱେସି ଜମ୍ମୁ-କଶ୍ମୀରର ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣଙ୍କୁ ନେଇ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହୁଥିଲେ କି ଆମେ ଘରେ ପଶି ମାରିବୁ । ହେଲେ ଏ ସବୁ କଣ ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି । ଇଏ ସରକାରଙ୍କ ବଡ଼ ବିଫଳତା । କେନ୍ଦ୍ର ସରକାର ଆତଙ୍କବାଦକୁ ନିୟନ୍ତ୍ରଣରେ ରଖିପାରୁନାହାନ୍ତି ବୋଲି ସେ ଏଏନ୍‌ଆଇ ଦେଇଥିବା ସାକ୍ଷାତକାରରେ କହିଛନ୍ତି । ଡୋଡାର ଯେଉଁ ସ୍ଥାନରେ ଏହା ଆକ୍ରମଣ ହୋଇଛି ତାହା ଏଲ୍‌ଓସି ଠାରୁ ବହୁତ ଦୂର । ତେଣୁ ଏହା ବଡ଼ ଚିନ୍ତାର ବିଷୟ ବୋଲି ସେ କହିଛନ୍ତି ।
ସୂଚନା ଥାଉକି, ଜମ୍ମୁ-କଶ୍ମୀରର ଡୋଡାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ମଙ୍ଗଳବାର ଜଣେ କ୍ୟାପ୍ଟେନ୍‌ଙ୍କ ସମେତ ୪ ଜଣ ଯବାନ ଶହୀଦ ହୋଇଛନ୍ତି । ଜଙ୍ଗଲ ଭିତର ଦୁର୍ଗମ ଅଞ୍ଚଳରେ ଜାରି ରହିଥିବା ତଲାସି ଅଭିଯାନ ସମୟରେ ଆତଙ୍କବାଦୀମାନେ ଲୁଚିଛପି ଯବାନଙ୍କ ଉପରେ ଆକ୍ରମଣ କରିଥିଲେ । ଫଳରେ ଏଥିରେ ସେନା ଯବାନ ଶହୀଦ ହୋଇଥିଲେ । ସେନା ଏହି ଯବାନଙ୍କ ନାମ ଜାରି କରିଛି ।

ଶହୀଦ ଯବାନଙ୍କ ମଧ୍ୟରେ କ୍ୟାପ୍ଟେନ୍‌ ବୃଜେଶ ଥାପା ରହିଛନ୍ତି । ବୃଜେଶ ଦ଼୍ବିତୀୟ ପିଢ଼ିର ଯବାନ । ଅର୍ଥାତ ତାଙ୍କ ବାପା କର୍ଣ୍ଣେଲ ଭୁବନେଶ ଥାପା ସେନାବାହିନୀରୁ ଅବସର ନେଇଛନ୍ତି । ତାଙ୍କ ଭଉଣୀ ଜଣେ ନେପାଳୀ ଗାୟିକା । ବୃଜେଶଙ୍କ ଘର ସିଲିଗୁଡ଼ି ବୋଲି ଜଣାପଡ଼ିଛି । ସେ ୨୦୧୯ ମସିହାରେ ସେନା ବାହିନୀରେ ଯୋଗ ଦେଇଥିଲେ । ତେବେ ବୃଜେଶ ସହ ନାୟକ ଡି ରାଜେଶ, ସିପାହୀ ବିଜେନ୍ଦ୍ର, ସିପାହୀ ଅଜୟ ଶହୀଦ ହୋଇଥିବା ସେନା ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?