Posted inଜାତୀୟ

ବୁଲଡୋଜର ରାଜନୀତି, ଯୋଗୀଙ୍କୁ ଟାର୍ଗେଟ କଲେ ଓୱାଇସି

ଲକ୍ଷ୍ନୌ,୧୩ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ନିଲମ୍ବିତ ହୋଇଥିବା ରାଷ୍ଟ୍ରୀୟ ପ୍ରବକ୍ତା ନୁପୁର ଶର୍ମା ପ୍ରଫେଟ ମହମ୍ମଦଙ୍କୁ ନେଇ ଦେଇଥିବା ବିବାଦୀୟ ଟିପ୍ପଣିକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ହିଂସା ପରିସ୍ଥିତି ଉପୁଜିଛି । ଶୁକ୍ରବାରର ନମାଜ ପରେ ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ପରିସ୍ଥିତି ଅଣାୟତ ହୋଇ ପଡିଥିଲା । ଏହାପରେ ଉତ୍ତର ପ୍ରଦେଶର ଯୋଗୀ ସରକାର ଅଭିଯୁକ୍ତଙ୍କ ବିରୋଧରେ ଲଗାତାର କଡା କାର୍ଯ୍ୟାନୁଷ୍ଠାନ କରି ଆସୁଛନ୍ତି । ପ୍ରୟାଗରାଜରେ ହୋଇଥିବା ହିଂସାର ମାଷ୍ଟରମାଇଣ୍ଡ କୁହାଯାଉଥିବା ମହମ୍ମଦ ଜାଭେଦ ଓରଫ ଜାଭେଦ ପମ୍ପ ଅବୈଧ ଭାବେ ନିର୍ମାଣ କରିଥିବା ଏକ ୩ ମହଲା ଘରକୁ ରବିବାର ବୁଲଡୋଜର ସାହାଯ୍ୟରେ ଭାଙ୍ଗି ଦିଆଯାଇଛି । ଏହାକୁ ନେଇ ଏବେ ରାଜନୀତି ହେଲାଣି ସରଗରମ । ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ବୁଲଡୋଜର ଚଲାଇବାକୁ ନେଇ କଡା ପ୍ରତିକ୍ରିୟା ଦେଇଛନ୍ତି ।
ଗୁଜରାଟର କଚ୍ଛରେ ରାଲି କରୁଥିବା ସମୟରେ ଓସଦୁଦ୍ଦିନ ଓୱାଇସି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରି କହିଛନ୍ତି, ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଏବେ ଉତ୍ତର ପ୍ରଦେଶର ଚିଫ ଜଷ୍ଟିଶ ହୋଇଗଲେଣି । ସେ ଏବେ ସ୍ଥିର କରିବେ ଯେ କାହାର ଘର ଭଙ୍ଗାଯିବ । ତେଣୁ ଉତ୍ତର ପ୍ରଦେଶର କୋର୍ଟରେ ତାଲା ଲଗାଇଦେବା ଦରକାର । ଆଉ ବିଚାରପତିଙ୍କୁ କହିଦେବା ଉଚିତ ଯେ ସେମାନେ ଆଉ କୋର୍ଟ ଯିବାର ଆବଶ୍ୟକତା ନାହିଁ, କାରଣ ସୋମାନଙ୍କର ଆଉ କିଛି କାମ ନାହିଁ । ଏବେ ମୁଖ୍ୟମନ୍ତ୍ରୀ ଯୋଗୀ ନିଷ୍ପତ୍ତି ନେବେ ଯେ ଅପରାଧି କିଏ । ଏହି ଘଟଣାକୁ ନେଇ ଓୱାଇସି କହିଛନ୍ତି, ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଦେଶର ରୁଲ ଅଫ ଲ ଉପରେ ବୁଲଡୋଜର ଚଲାଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri