Posted inଜାତୀୟ

ଅସାଲ୍ଟ ରାଇଫଲ ଚୁକ୍ତି ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କକୁ ସୁଦୃଢ଼ କରିବ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ବ୍ଳାଡ଼ିମୀର ପୁଟିନଙ୍କ ଭାରତ ଗସ୍ତ ପୂର୍ବରୁ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତାଙ୍କ ପ୍ରତିପକ୍ଷ ଜେନେରାଲ ସେର୍ଜେଇ ଶୋଇଗୁଙ୍କୁ ଭେଟିଛନ୍ତି। ଶୋଇଗୁଙ୍କ ସହ କଥାବାର୍ତ୍ତା ବେଳେ ରାଜନାଥ ସିଂ କହିଛନ୍ତି ଯେ ବହୁପକ୍ଷବାଦ, ବିଶ୍ୱ ଶାନ୍ତି, ସମୃଦ୍ଧତା ଏବଂ ପାରସ୍ପରିକ ବୁଝାମଣା ଏବଂ ପାରସ୍ପରିକ ବିଶ୍ୱାସ ଆଦି ସମ୍ପର୍କ ଉପରେ ଭାରତ-ରୁଷିଆ ମଧ୍ୟରେ ବନ୍ଧୁତ୍ୱ ସମୟର କଷଟି ପଥରରେ ବେଶ୍‌ ସଫଳ ରହିଛି ଅସାଲ୍ଟ ରାଇଫଲ ଚୁକ୍ତି ଦ୍ୱାରା ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କ ଅଧିକ ସୁଦୃଢ଼ ହେବ ବୋଲି ରାଜନାଥ କହିଛନ୍ତି।

ଭାରତ-ରୁଷିଆ ବାର୍ଷିକ ଶିଖର ସମ୍ମିଳନୀ ସମ୍ପ୍ରତି ବିକାଶଶୀଳ ଭୌଗୋଳିକ ପରିସ୍ଥିତିରେ ଆମ ଦେଶ ମଧ୍ୟରେ ସ୍ବତନ୍ତ୍ର ରଣନୀତିକ ଭାଗିଦାରୀର ମହତ୍ତ୍ୱକୁ ପୁଣିଥରେ ପ୍ରମାଣିତ କରି ପାରିଛି ବୋଲି ରାଜନାଥ କହିଛନ୍ତି। ପ୍ରତିରକ୍ଷା ସହଭାଗୀତା ଭାରତ ଏବଂ ରୁଷିଆ ସମ୍ପର୍କର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ। ଭାରତ-ରୁଷିଆ ସହଭାଗିତା ସମଗ୍ର ଅଞ୍ଚଳରେ ଶାନ୍ତି ଆଣିବାରେ ସହାୟକ ହେବା ସହିତ ସ୍ଥିରତା ଆଣିବାକୁ ସକ୍ଷମ ହେବ।

ମନ୍ତ୍ରୀସ୍ତରୀୟ ଆଲୋଚନା ସମୟରେ ରାଜନାଥ ସିଂ କହିଛନ୍ତି ଯେ ନିକଟ ଅତୀତରେ ଭାରତ-ରୁଷିଆର ପ୍ରତିରକ୍ଷା ସହଯୋଗ ଅଦ୍ଭୁତପୂର୍ବ ଭାବେ ସୁଦୃଢ଼ ହୋଇ ପାରିଛି। ଏହି ଆହ୍ବାନମୂଳକ ପରିସ୍ଥିତିରେ ରୁଷିଆ ଭାରତର ଏକ ପ୍ରମୁଖ ଅଂଶୀଦାର ହୋଇ ରହିବ ବୋଲି ଆମେ ଆଶା କରୁଛୁ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri