Posted inଜାତୀୟ

ମାଡ଼ି ଆସୁଛି ବାତ୍ୟା ‘ଅସନି’…

ନୂଆଦିଲ୍ଲୀ,୧୭।୩ : ବଙ୍ଗୋପସାଗରରେ ବାତ୍ୟା ’ଅସନି’ ଆସନ୍ତା ସପ୍ତାହରେ ପହଞ୍ଚିବାର ଆଶଙ୍କା ରହିଛି। ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଦକ୍ଷିଣ-ପଶ୍ଚିମ ଭାରତ ମହାସାଗରରେ ଏକ ଲଘୁଚାପ  ଅଞ୍ଚଳ ଯୋଗୁ ଆସନ୍ତା ସପ୍ତାହ ଆରମ୍ଭରେ ପ୍ରବଳ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ପରେ ବାଂଲାଦେଶ ଏବଂ ଉତ୍ତର ମ୍ୟାନ୍‌ମାର ଆଡକୁ ଗତି କରିବାର ସମ୍ଭବନା ରହିଛି। ଆଇଏମଡ ଅନୁଯାୟୀ, ବର୍ତ୍ତମାନର ଲୋ ପ୍ରେସର ଏରିଆ ମଙ୍ଗଳବାର ସୃଷ୍ଟି ହୋଇଛି ଏବଂ ଏହା ଶନିବାର ପର୍ଯ୍ୟନ୍ତ ପୂର୍ବ-ଉତ୍ତର-ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ଅଛି। ପରେ ଏହା ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ ଆଡକୁ ଗତି କରିବ।

ପାଣିପାଗ ବିଭାଗ କହିଛି ଯେ ସୃଷ୍ଟି ହୋଇଥିବା ଲଘୁଚାପ ଅଞ୍ଚଳ ମାର୍ଚ୍ଚ ୨୧ ରେ ସାଇକ୍ଲୋନିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି । ଯାହା ମାର୍ଚ୍ଚ ୨୨ ରେ ଉତ୍ତର ଏବଂ ଉତ୍ତର ପୂର୍ବ ଦିଗକୁ ଗତି କରିବ। ଯଦି ଏହି ଘୂର୍ଣ୍ଣିବଳୟ ଝଡ଼ର ରୂପ ନିଏ। ତେବେ ଏହାକୁ ଅସନି ଭାବେ ନାମିତ କରାଯିବ। ନିୟମ ଅନୁଯାୟୀ, ଏହି ସାଇକ୍ଲୋନିକ ଝଡକୁ ଶ୍ରୀଲଙ୍କା ଦ୍ୱାରା ଅସନି ନାମ ଦିଆଯିବ।

ପାଣିପାଗ ବିଭାଗ କହିଛି ଯେ ଉତ୍ତର ଏବଂ ଉତ୍ତର-ପୂର୍ବ ଦିଗରେ ପ୍ରଭାବ ଦେଖାଇବା ପରେ ଏହି ସାଇକ୍ଲୋନିକ ଝଡ଼ ୨୩ ମାର୍ଚ୍ଚରେ ବାଂଲାଦେଶ ଏବଂ ମ୍ୟାନମାରର ଶେଷ ଭାଗରେ ପହଞ୍ଚିବ। ପାଣିପାଗ ବିଭାଗର ସୂଚନାନୁସାରେ, ଗୁରୁବାର ଏବଂ ଶୁକ୍ରବାର ଦିନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବଂ ଦକ୍ଷିଣ ଆଣ୍ଡାମାନ ସାଗରରେ ସମୁଦ୍ରର ଗତିବିଧି ତୀବ୍ର ହେବାର ସମ୍ଭାବନା ରହିଛି। ତେଣୁ, ସତର୍କ ସୂଚନା ସ୍ବରୂପ ପାଣିପାଗ ବିଭାଗ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ବୁଧବାର ଦକ୍ଷିଣ ଭାଗ ତଥା ବଙ୍ଗୋପସାଗରର ଦକ୍ଷିଣ ଅଞ୍ଚଳରେ ଏବଂ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରରେ ମାଛ ଧରିବାକୁ ନ ଯିବାକୁ ପରାମର୍ଶ ଦେଇଛି।

ଶନିବାର ଏବଂ ମଙ୍ଗଳବାର ମଧ୍ୟରେ ଆଣ୍ଡାମାନ ସାଗରରୁ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜକୁ ନ ଯିବାକୁ ପାଣିପାଗ ବିଭାଗ ମଧ୍ୟ ପରାମର୍ଶ ଦେଇଛି। ରବିବାର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳ ପବନ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଅନୁଯାୟୀ, ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୭୦ ରୁ ୮୦ କିଲୋମିଟର ହୋଇପାରେ ଯାହା ପରଦିନ ଘଣ୍ଟା ପ୍ରତି ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ତେବେ ସାଇକ୍ଲୋନିକ ପରିସ୍ଥିତି ଯଦି ଝଡ଼ରେ ପରିଣତ ହୁଏ ତେବେ ଏହା ବିପଜ୍ଜନକ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri