ଉପକୂଳ ମୁହାଁ ଅସାନି

ଭୁବନେଶ୍ୱର, ୯।୫(ବ୍ୟୁରୋ): ବାତ୍ୟା ଅସାନି ଯୋଗୁ ସମୁଦ୍ରରେ ଅଶାନ୍ତ ହେବାରେ ଲାଗିଛି। ଘଣ୍ଟା ପ୍ରତି ୨୫ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି। ବର୍ତ୍ତମାନ ତାହା ବଳ ଗୋଟାଇ ଧିରେ ଧିରେ ଉପକୂଳ ମୁହାଁ ହେଉଛି । ୩୬ ଘଣ୍ଟାରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ଏହା ବାତ୍ୟାର ରୂପ ନେବ । ବର୍ତ୍ତମାନ ପୁରୀଠାରୁ ୬୫୦ କି.ମି.ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ବିଶାଖାପାଟଣାଠାରୁ ୫୦୦ କି.ମି. ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି । ମଙ୍ଗଳବାର ସା ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ ।
ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ରିକର୍ଭ କରିବ । ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବାର ସମ୍ଭାବନା ରହିଛି । ସ୍ଥଳଭାଗ ନଛୁଇଁ ସମୁଦ୍ର କୂଳେ କୂଳେ ସମାନ୍ତରାଳ ଭାବେ ଗତି କରିବ । ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲାରେ ବର୍ଷା ହେବ । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ତାରିଖରେ ୫ ଜିଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୧୨ ତାରିଖରେ ମଧ୍ୟ କିଛି ଜିଲାରେ ବର୍ଷାର ପ୍ରଭାବ ରହିବା ସହ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଏସବୁ ଜିଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ୧୩ ତାରିଖରୁ ବର୍ଷା କମିବ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri